ଆଜିର ରାଶିଫଳ 3 ଏପ୍ରିଲ 2024 ବୁଧୁବାର, କେମିତି କଟିବ ଆଜିର ଦିନ

ମେଷ ରାଶି -ଆଜି କୌଣସି କାରଣ ପାଇଁ ଅପମାନିତ ହୋଇପାରନ୍ତି । ନିଜ ମତ ଦେବା ପୂର୍ବରୁ ଥରେ ଚିନ୍ତା କରନ୍ତୁ । କର୍ମକ୍ଷେତ୍ରରେ କୌଣସି କଥାକୁ ନେଇ ଚିନ୍ତାରେ ରହିପାରନ୍ତି । ସନ୍ତାନଙ୍କ କାର୍ଯ୍ୟକୁ ନେଇ ଚିନ୍ତାରେ ରହିବେ ।

ବୃଷ ରାଶି -ଆଜି ଆଶାଠୁ ଅଧିକ ସଫଳତା ମିଳିବ । ଛାତ୍ରଛାତ୍ରୀଙ୍କ ପାଇଁ ଉତ୍ତମ ଦିନଟିଏ । କିଛି ନୂଆ କାର୍ଯ୍ୟର ଆରମ୍ଭ କରିପାରନ୍ତି । ଦିନଟି ଭଲରେ ବିତିବ । ନୂଆ ଚାକିରୀର ପ୍ରସ୍ତାବ ଆସି ପାରେ ।ପାରିବାରିକ ସ୍ଥିତି ପୂର୍ବପରି ରହିବା କାରଣରୁ ଆଶ୍ୱସ୍ତି ଲାଭ କରିବେ। ଆଜି ଆପଣ କୌଣସି ବିବାଦୀୟ କଥାରେ ମୁଣ୍ଡ ନ ପୂରାଇବା ଭଲ।

ମିଥୁନ ରାଶି -ଆଜି ଆପଣଙ୍କ ଆୟରେ ବୃଦ୍ଧି ହେବ । ସ୍ୱାସ୍ଥ୍ୟକୁ ନେଇ ଚିନ୍ତାରେ ରହିବେ ପ୍ରତ୍ୟେକ କାର୍ଯ୍ୟରେ ସଫଳତା ମିଳିବ । ବ୍ୟବସାୟ କ୍ଷେତ୍ରରେ ଥିବା ଲୋକଙ୍କର ମଧ୍ୟ ଆୟ ଉତ୍ତମ ରହିବ ।

ସିଂହ ରାଶି -କିଛି ସ୍ୱାସ୍ଥ୍ୟଗତ ସମସ୍ୟା ଦେଖାଦେଇ ପାରେ । ପାରିବାରିକ ଜୀବନ ସୁଖମୟ ହେବ । ଦୁର୍ଘଟଣା ଘଟିପାରେ ସତର୍କ ରୁହନ୍ତୁ । କିଛି କଥାକୁ ନେି ଚିନ୍ତାରେ ରହିବେ । ପୂଜାପାଠରେ ସମୟ ବିତିବ ।

କନ୍ୟା ରାଶି -ଆଜି ସାମାନ୍ୟ ପାରିବାରିକ ସମସ୍ୟା ଦେଖାଦେଇପାରେ । ଆୟ ତୁଳନାରେ ବ୍ୟୟ ବଢିଯାଇ ପାରେ । ଗୁପ୍ତଶତ୍ରୁ ବୃଦ୍ଧି ପାଇବେ । ଦୂରଯାତ୍ରା କରିବା ସମୟରେ ସତର୍କ ରୁହନ୍ତୁ । ମନ ଚଳଚଞ୍ଚଳ ରହିବ ।

ତୁଳା ରାଶି -ଆଜି ଆପଣଙ୍କ ପାଇଁ ଉତ୍ତମ ଦିନଟିଏ । ଧର୍ଯ୍ୟ ରଖି କାର୍ଯ୍ୟ କଲେ ଶୁଭଫଳ ପାଇବେ । ବ୍ୟବସାୟରେ ଅତ୍ୟନ୍ତ ଲାଭ ମିଳିବ । ପୂଜାପାଠରେ ସମୟ ବିତାଇବେ । ସ୍ୱାସ୍ଥ୍ୟ ପ୍ରତି ଅଧିକ ଧ୍ୟାନ ଦିଅନ୍ତୁ । ଆୟ ଭଲ ରହିବ । ବ୍ୟବସାୟରେ ମଧ୍ୟ ଉନ୍ନତି ହେବ । ନୂଆ ଜମି, ବାହନ କ୍ରୟ କରି ପାରନ୍ତି । ବନ୍ଧୁଙ୍କ ସାହାଯ୍ୟ ପାଇବେ । ମନ ଭଲ ରହିବ ।

ବିଛା – ଯାତ୍ରାରେ ସଫଳତା ମିଳିବ କିନ୍ତୁ ଅତ୍ୟଧିକ ଖର୍ଚ୍ଚାନ୍ତ ହେତୁ ମାନସିକ ସ୍ଥିତି ଭଲ ରହିବ ନାହିଁ କର୍ମଭାବସ୍ଥ ଶୁକ୍ର ହେତୁ ଶିଳ୍ପ, ବାଣିଜ୍ୟ, ପରିବହନ ତଥା ପ୍ରଶାସନିକ ସ୍ତରରେ ବ୍ୟସ୍ଥତା ଦୂର ହୋଇଯିବ। ପାଖ ଲୋକମାନେ ଈର୍ଷାପରାୟଣ ହୋଇ ଅପପ୍ରଚାର କରିପାରନ୍ତି।

ଧନୁ – ରାହୁଗୁରୁ ସଂଯୋଗରୁ ଠିକ୍‌ ନିଷ୍ପତ୍ତି ନେବାରେ ସମସ୍ୟା ଦେଖାଦେଇପାରେ। ରପ୍ତାନି ବାଣିଜ୍ୟରେ ଉନ୍ନତି ଘଟିବ କିନ୍ତୁ ରାଜନୀତିରେ ନେତୃତ୍ୱ ନେଇ ପ୍ରଶଂସିତ ହେବେ। ମାଲିମକଦ୍ଦମାରେ ଆପୋସ ସମାଧାନ ଘଟିବାର ଆଶା ରହିଛି। ଛୋଟ କଥାକୁ କେନ୍ଦ୍ରକରି ପରିବାରରେ ଝଡ଼ ସୃଷ୍ଟିର ଆଶଙ୍କା ରହିଛି।

ମକର – କର୍ମକ୍ଷେତ୍ରରେ କବନ୍ଧଗ୍ରହ ଯୋଗୁ ପୂର୍ବସ୍ଥିରୀକୃତ ଯୋଜନା ଠିକ୍‌ ଭାବରେ ବଦଳାଇବା ପାଇଁ କଷ୍ଟକର ହେବ। ପ୍ରତ୍ୟେକ କ୍ଷେତ୍ରରେ ଧୈର୍ଯ୍ୟହରା ନ ହୋଇ କାର୍ଯ୍ୟ କଲେ ଉପକୃତ ହେବେ। ଅନ୍ୟମାନଙ୍କ କଥା ରକ୍ଷା କରିବାକୁ ଯାଇ ବନ୍ଧୁଦ୍ୱାରକୁ ଗମନ କରିବାକୁ ପଡ଼ିପାରେ। ସାମାଜିକ କ୍ଷେତ୍ରରେ ଗଠନମୂଳକ କାର୍ଯ୍ୟରୁ ପ୍ରଶଂସିତ ହେବେ।

କୁମ୍ଭ – ଧନାଧିପ ତୃତୀୟସ୍ଥ ହେତୁ ବନ୍ଧୁଙ୍କ ସହଯୋଗରେ ବକେୟା ଅର୍ଥ ଆଦାୟ କରିବାରେ ସକ୍ଷମ ହେବେ। ପରିବାରରେ ପୈତୃକ ସମ୍ପତ୍ତିକୁ କେନ୍ଦ୍ରକରି କଳହ ସୃଷ୍ଟି ହୋଇପାରେ। କେତେକ କ୍ଷେତ୍ରରେ ସବୁ ଜାଣି ଶୁଣି ନୀରବଦ୍ରଷ୍ଟା ଭଳି କାମ କରିବେ। ପୁତ୍ରକନ୍ୟାଙ୍କ ହେତୁକ କେତେକ ସମସ୍ୟାକୁ ନେଇ ଚିନ୍ତିତ ରହିପାରନ୍ତି।

ମିନ – ନିଜ ବୁଦ୍ଧିମତ୍ତାର ପରିଚୟ ଦେଇ ଅନ୍ୟମାନଙ୍କୁ ଆପଣାର କରିବା ସକାଶେ କୌଶଳ ପ୍ରୟୋଗ କରିପାରନ୍ତି। ଶୁକ୍ର ଯୁକ୍ତ ଚନ୍ଦ୍ର ଓ ମଙ୍ଗଳ ହେତୁ କଳା, ସାହିତ୍ୟ ଓ ସଙ୍ଗୀତ କ୍ଷେତ୍ରରେ ସଫଳତା ଅର୍ଜନ କରିବେ। ପାରିବାରିକ, ପ୍ରଶାସନ, ଯାନବାହନ, ନିର୍ମାଣ ଓ ଯାତ୍ରାରୁ ସୁଫଳ ମିଳିବ। କର୍ମକ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବା ପୂର୍ବରୁ ପରିବାର ସହ ଆଲୋଚନା କରନ୍ତୁ।

Leave a Reply

Your email address will not be published. Required fields are marked *