ପୁଣି କମିଲା ସୁନା(Gold )ଦର ଏବେ ହୋଇଗଲା ଏତେ ଶସ୍ତା ଜାଣିଲେ ଖୁସିରେ ନାଚି ଉଠିବେ

ନମସ୍କାର ଦର୍ଶକବନ୍ଧୁ ଗ୍ରାହକଙ୍କ ପାଇଁ ଖୁସି ଖବର। ସୁନା ଦରରେ ଲାଗିଲା ବ୍ରେକ୍ । ପାଖାପାଖି ଗୋଟିଏ ସପ୍ତାହ ପରେ ସୁନା ଦର ହ୍ରାସ ପାଇଛି। ବର୍ତ୍ତମାନ, ଦେଶରେ ୨୨ କ୍ୟାରେଟ୍ ସୁନା ଦର ୧୦ ଗ୍ରାମ୍ ପିଛା ୬୩ ହଜାର ପାର୍ କରି ସାରିଛି। ଯଦି ଆପଣ ଆଜି ସୁନା କିଣିବା ପାଇଁ ଆଜି ଯୋଜନା କରୁଛନ୍ତି । ତେବେ, ଏହି ଖବରଟି ଆପଣଙ୍କ ପାଇଁ ବେଶ୍ ଗୁରୁତ୍ବପୂର୍ଣ୍ଣ ଅଟେ। ତେବେ, ଆସନ୍ତୁ ଜାଣିବା କେଉଁ ସହରରେ କେତେ ରହିଛି ସୁନା ଦର।

ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନାର ୧୦ ଗ୍ରାମ ମୂଲ୍ୟ ୬୩,୪୯୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟର ଦାମ୍ ୬୯, ୨୫୦ ଟଙ୍କା ରହିଛି । ତେବେ, ଆମେ ଏଠାରେ ଆପଣଙ୍କୁ ସୂଚନା ଦେବାକୁ ଚାହିଁବୁ ଯେ, ୨୨ ଓ ୨୪ କ୍ୟାରେଟରେ ୧୦ ଟଙ୍କା ହ୍ରାସ ହୋଇଥିବା ଦେଖିବାକୁ ମିଳିଛି । ସେହିପରି, ରୂପା କେଜି ପିଛା ୧୦୦ ଟଙ୍କା ବୃଦ୍ଧି ହୋଇ ଦର ୭୯,୧୦୦ ଟଙ୍କାରେ ପହଞ୍ଚିଛି।

ସେହିପରି, ଦେଶର ରାଜଧାନୀ ଦିଲ୍ଲୀରେ ୨୨ କ୍ୟାରେଟ ସୁନାର ୧୦ ଗ୍ରାମ ମୂଲ୍ୟ ୬୪,୨୯୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟର ଦାମ୍ ୭୦,୧୪୦ ଟଙ୍କା ରହିଛି। ୨୨ ଓ ୨୪ କ୍ୟାରେଟରେ ମାତ୍ର ୧୦ ଟଙ୍କା ହ୍ରାସ ହୋଇଛି। ଅନ୍ୟପଟେ, ମାୟାନଗରୀ ମୁମ୍ବାଇରେ ୨୨ କ୍ୟାରେଟ ସୁନାର ୧୦ ଗ୍ରାମ ମୂଲ୍ୟ ୬୩,୩୪୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟର ଦାମ୍ ୬୯,୧୦୦ ଟଙ୍କା ରହିଛି । ୨୨ ଓ ୨୪ କ୍ୟାରେଟରେ ୧୦ ଟଙ୍କା ଦର ଖସିଛି।

ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ବି ସୁନା ମୂଲ୍ୟରେ ପରିବର୍ତ୍ତନ ଦେଖିବାକୁ ମିଳିଛି । ଚେନ୍ନାଇ ବଜାରରେ ୨୨ କ୍ୟାରେଟ ସୁନାର ୧୦ ଗ୍ରାମ ମୂଲ୍ୟ ୬୪,୨୯୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟର ମୂଲ୍ୟ ୧୦ ଗ୍ରାମ୍ ପିଛା ୭୦,୧୪୦ ଟଙ୍କା ରହିଛି। ୨୨ ଓ ୨୪ କ୍ୟାରେଟରେ ମାତ୍ର ୧୦ ଟଙ୍କା ହ୍ରାସ ପାଇଛି।

ସେହିକ୍ରମରେ ଓଡି଼ଶାର ରାଜଧାନୀ ଭୁବନେଶ୍ବରରେ ୨୨ କ୍ୟାରେଟ ସୁନାର ୧୦ ଗ୍ରାମ ମୂଲ୍ୟ ୬୩,୩୪୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟର ୧୦ ଗ୍ରାମ୍ ମୂଲ୍ୟ ୬୯,୧୦୦ ଟଙ୍କା ରହିଛି । ତେବେ, ୨୨ ଓ ୨୪ କ୍ୟାରେଟରେ ମାତ୍ର ୧୦ ଟଙ୍କା ଦର ହ୍ରାସ ପାଇଛି। ଏବଂ ରୂପା କେଜି ପିଛା ୧୦୦ ଟଙ୍କା ବୃଦ୍ଧି ପାଇ ଦର ୮୨,୧୦୦ ଟଙ୍କାରେ ପହଞ୍ଚିଛି।

Leave a Reply

Your email address will not be published. Required fields are marked *