ଆସିଲା ସ୍କୁଲ ଛୁଟି ନୋଟିସ ଅତ୍ୟଧିକ ଖରା ଓ ତାତିକୁ ଦୃଷ୍ଟିରେ ରଖି ଗଣଶିକ୍ଷା ବିଭାଗ ନିଶ୍ଚିପତି ନେଇଛନ୍ତି ୩ଦିନ ସ୍କୁଲ ଖୋଲା ରହିବ | ଯାହାକି ସକାଳ 6:30 ରୁ 10:30 ପର୍ଯ୍ୟନ୍ତ ସବୁଜିଲ୍ଲାରେ ସ୍କୁଲ ଖୋଲା ରହିବ କିନ୍ତୁ ଏପ୍ରିଲ 25 ତାରିଖରୁ ଗ୍ରୀଷ୍ମ ଛୁଟି ଘୋଷଣା କରାଯିବ |
ସମ୍ଭାବ୍ୟ ଗ୍ରୀଷ୍ମପ୍ରବାହ ଓ ପାଣିପାଗ ବିଭାଗର ସୂଚନାକୁ ଦୃଷ୍ଟିରେ ରଖୁ ରାଜ୍ୟ ସରକାର ଚଳିତ ଅପ୍ରେଲ ୨୨ (ସୋମବାର)ରୁ ୨୪ ତାରିଖ (ବୁଧବାର) ପର୍ଯ୍ୟନ୍ତ ତିନିଦିନ ପାଇଁ ସମସ୍ତ ସରକାରୀ, ସରକାରୀ ଅନୁଦାନପ୍ରାପ୍ତ ଏବଂ ବେସରକାରୀ ବିଦ୍ୟାଳୟଗୁଡ଼ିକୁ ସକାଳ ୬.୩୦ରୁ ୧୦.୩୦ ପର୍ଯ୍ୟନ୍ତ ଖୋଲିବା ପାଇଁ ନିଷ୍ପତ୍ତି ନେଇଛନ୍ତି ।
ଚଳିତ ଅପ୍ରେଲ ୨୫ ତାରିଖ (ଗୁରୁବାର)ଠାରୁ ଗ୍ରୀଷ୍ମ ଛୁଟି ପାଇଁ ମଧ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି । ଗ୍ରୀଷ୍ମ ଛୁଟି ସମୟରେ ସରକାରୀ ଏବଂ ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟରେ ଛାତ୍ରଛାତ୍ରୀ, ଶିକ୍ଷକଶିକ୍ଷୟିତ୍ରୀମାନଙ୍କ ପାଇଁ ଶିକ୍ଷା ତଥା ଶୈକ୍ଷିକ କାର୍ଯ୍ୟକ୍ରମ ନିମନ୍ତେ ରାଜ୍ୟ ପ୍ରାଥମିକ ଶିକ୍ଷା ନିର୍ଦ୍ଦେଶକ, ରାଜ୍ୟ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶକ ଏବଂ ଉଚ୍ଚ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶକଙ୍କ ପ୍ରତ୍ୟକ୍ଷ ତତ୍ତ୍ଵାବଧାନରେ ବିଦ୍ୟାଳୟ । ପରିଚାଳନା କରାଯିବ ।