Weather Alert : ୫ ରୁ ୭ ଯାଏଁ ଛେଚିବ ବର୍ଷା, ପାଣିପାଗ ବିଭାଗ ଦେଲା ଏଭଳି ସୂଚନା ଦେଖନ୍ତୁ….

ଓଡ଼ିଶାକୁ ଆସୁଛି ଭୟଙ୍କର ବର୍ଷା । ଆସନ୍ତା କାଲି ଠାରୁ ଅର୍ଥାତ୍ ୫ ତାରିଖରେ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହେବ ଘୂର୍ଣ୍ଣିବଳୟ । ଏହା ଘନୀଭୂତ ହୋଇ ନେଇପାରେ ଲଘୁଚାପର ରୂପ ।ଲଘୁଚାପ ସୃଷ୍ଟି ପାଇଁ ପାଗ ଅନୁକୂଳ ହୋଇଛି । ପରବର୍ତ୍ତୀ ସମୟରେ ଏହା ଅବପାତରେ ପରିଣତ ସମ୍ଭାବନା ରହିଛି । ପ୍ରଭାବରେ ଦକ୍ଷିଣ ଆଭ୍ୟନ୍ତରୀଣ ଓଡ଼ିଶାରେ ଅତି ପ୍ରବଳ ବର୍ଷା ହୋଇପାର ।

ପରେ ୧୯ତାରିଖରେ ବଙ୍ଗୋପସାଗରରେ ସୃଷ୍ଟି ହେବ ଆଉ ଏକ ଲଘୁଚାପ । ଏହା ଜୁଲାଇ ୬ରେ ଅବପାତର ରୂପ ନେବ । ଜୁନ ୭ ରେ ଗଭୀର ଅବପାତର ରୂପ ନେଇ ଓଡ଼ିଶା ଉପକୂଳ ଅତିକ୍ରମ କରିବ । ଏହା ପ୍ରଭାବରେ ଜୁନ ୫ ରୁ ୭ ଯାଏ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଓଡ଼ିଶା, ଆନ୍ଧ୍ରପ୍ରଦେଶ, ମହାରାଷ୍ଟ୍ର ଓ ମଧ୍ୟପ୍ରଦେଶରେ ବର୍ଷିବା ନେଇ ପାଣିପାଗ ବିଭାଗ ସତର୍କତା ଜାରି କରିଛି ।

ସେପଟେ ଏବେ ବି ରାଜ୍ୟରେ ନିଅଣ୍ଟିଆ ବର୍ଷା ରେକର୍ଡ ହୋଇଛି । ଜୁନରୁ ଏଯାଏ ୨୪୩ ଦଶମିକ ୯ ମିଲିମିଟର ବର୍ଷା ରେକର୍ଡ କରାଯାଇଛି । ଯାହାକି ସ୍ବାଭାବିକ ବର୍ଷା ୩୩୪.୪ ମିଲିମିଟର ତୁଳନାରେ ୨୭ ପ୍ରତିଶତ କମ । ଦେବଗଡ଼ ଜିଲ୍ଲାରେ ସର୍ବାଧିକ ୪୭୪.୫ ମିଲିମିଟର ବର୍ଷା ରେକର୍ଡ ହୋଇଛି । ଯାହାକି ସ୍ବାଭାବିକ ବର୍ଷା ତୁଳନାରେ ୪୨% ଅଧିକ ।

ସେହିପରି କଳାହାଣ୍ଡି ଜିଲ୍ଲାରେ ୧୩୯.୪ ମିମି ସହ ସବୁଠାରୁ କମ ପ୍ରତିଶତ ବର୍ଷା ରେକର୍ଡ କରାଯାଇଛି । ୧୭ ଜିଲ୍ଲାରେ ନିଅଣ୍ଟିଆ ବର୍ଷା ହୋଇଥିବାବେଳେ ଗୋଟିଏ ଜିଲ୍ଲାରେ ଅତ୍ୟଧିକ ନିଅଣ୍ଟିଆ, ଗୋଟିଏ ଜିଲ୍ଲାରେ ସ୍ବାଭାବିକଠାରୁ ଅଧିକ ବର୍ଷା ଏବଂ ଅବଶିଷ୍ଟ ୧୧ ଜିଲ୍ଲାରେ ସ୍ବାଭାବିକ ବର୍ଷା ରେକର୍ଡ ହୋଇଛି । ୫ ତାରିଖରୁ ୬, ୨୪ ଘଣ୍ଟାରେ ରାଜ୍ୟରେ ହାରାହାରି ୫.୧ ମିମି ବର୍ଷା ହେବାର ସଭବନ ରହିଛି ।

Leave a Reply

Your email address will not be published. Required fields are marked *