ଆଜିର ରାଶିଫଳ 27 ଜୁଲାଇ 2024 ଶନିବାର, କେମିତି କଟିବ ଆଜିର ଦିନ

ମେଷ – ସକାଳୁ ଜଣେ ବନ୍ଧୁ ଆସିବେ ଓ ବହୁତ କିଛି କହିବେ ମାତ୍ର ଫେରିବା ସମୟକୁ ମନଦୁଃଖ କରି ବିଦାୟ ନେଇପାରନ୍ତି। ବିଶେଷ ଭ୍ରମଣ କାରଣରୁ କ୍ଳାନ୍ତି ଓ ଅବସାଦ ଦେଖାଦେଇପାରେ। ଆନୁଷ୍ଠାନିକ କାମ ସକାଶେ ବନ୍ଧୁଙ୍କ ସାହାଯ୍ୟ ଲୋଡ଼ିପାରନ୍ତି। ଆବଶ୍ୟକତା ପୂରଣ ପାଇଁ ଧାର କରଜ କରି କାମ ଚଳାଇନେବେ।

ବୃଷ – ବ୍ୟସ୍ତତାର ଗୁରୁତ୍ୱ ହୃଦୟଙ୍ଗମ ପୂର୍ବକ ବନ୍ଧୁଙ୍କ କୌଣସି ନିର୍ଭରଯାଗ୍ୟ ପ୍ରତିଶ୍ରୁତି ପାଇ ଆଶ୍ୱସ୍ତି ଅନୁଭବ କରିପାରନ୍ତି। ପଡ଼ୋଶୀଙ୍କ ସହାୟତାରେ ବ୍ୟବସାୟ ଓ ପରିବହନ କ୍ଷେତ୍ରରେ ସମସ୍ୟା ଦୂର ହେବ। କଳା, ସାହିତ୍ୟ, ସଙ୍ଗୀତ ଜଗତରୁ ସୁନାମ ପାଇବେ। ଆଜି ଦିନ ଭିତରେ କୌଣସି ବିବାଦୀୟ କଥାରେ ମୁଣ୍ଡ ନ ପୂରାଇବା ଭଲ।

ମିଥୁନ – ବିଚାର ବୁଦ୍ଧି ପ୍ରୟୋଗକରି ଅସମ୍ପୂର୍ଣ୍ଣ କାମକୁ ସମ୍ପୂର୍ଣ୍ଣ କରିବେ। ମନର ଗୋପନକଥାକୁ କହିବାକୁ ଇଚ୍ଛା ଥିଲେ ମଧ୍ୟ ସଂକୋଚବଶତଃ ବନ୍ଧୁଙ୍କ ନିକଟରେ କହିପାରିବେ ନାହିଁ। ଜମିଜମା କାରବାର, ଚୁକ୍ତିପତ୍ର, ପ୍ରଶାସନ କ୍ଷେତ୍ରରେ ସମସ୍ୟାର ସମାଧାନ କରିପାରିବେ। ମାଲିମକଦ୍ଦମାରେ ବିଚାର ବିଳମ୍ବିତ ହେବାରୁ ସାମୟିକ ଅଶାନ୍ତ ରହିପାରନ୍ତି।

କର୍କଟ – ଯୁକ୍ତିତର୍କଜନିତ ମତଭେଦ ହେତୁ ପରିବାରର କୌଣସି ବ୍ୟକ୍ତିଙ୍କ ମନରେ ସରସତା ରହିବ ନାହିଁ। ଅବଶ୍ୟ କୌଣସି ହିତୈଷୀ ବ୍ୟକ୍ତିଙ୍କ ଦ୍ୱାରା ସାୟାହ୍ନେ ମାନସିକ ଅବସାଦ ଦୂର ହେବ। ବ୍ୟବସାୟ ଓ ପରିବହନରେ କିଛି ସମସ୍ୟା ଦେଖାଦେବାର ସୂଚନା ରହିଛି। ଆର୍ଥିକ ସଂକଟ ଲାଗିରହିଥିବାରୁ ସାମୟିକ ବ୍ୟସ୍ତତା ଅନୁଭଭ କରିବେ।

ସି˚ହ – କର୍ମକ୍ଷେତ୍ରରେ ବିବାଦୀୟ ପରିସ୍ଥିତିର ମୁକାବିଲା କରି ଲକ୍ଷ୍ୟ ହାସଲ କରିପାରିବେ। ଆବଶ୍ୟକତା ପୂରଣ ସକାଶେ ଟଙ୍କା ଯୋଗାଡ଼ ପାଇଁ ବିଭିନ୍ନ ଫନ୍ଦି ଫିକର କରିପାରନ୍ତି। ବନ୍ଧୁଙ୍କ ପରାମର୍ଶରେ ନୂତନ କାର୍ଯ୍ୟରେ ହାତ ଦେବାକୁ ସ୍ଥିର କରିବେ। ବ୍ୟବସାୟିକସ୍ଥିତି ଭଲ ରହିବା ସହ ଆତ୍ମୀୟଙ୍କ ସହ ସୁସମ୍ପର୍କ ରହି ନ ପାରେ।

କନ୍ୟା – ବ୍ୟସ୍ତତା ମଧ୍ୟରେ ଆଜିର ମାନସିକ ସ୍ଥିତି ସେତେଟା ଭଲ ରହି ନ ପାରେ। ସ୍ବାର୍ଥସାଧନର ନୈରାଶ୍ୟଜନକ ସ୍ଥିତି ଅବଲୋକନ କରି ଆତ୍ମୀୟମାନେ ହଠାତ୍‌ ଶତ୍ରୁତା କରିପାରନ୍ତି। ନିର୍ମାଣାଧୀନ କାର୍ଯ୍ୟ ଶେଷ ପର୍ଯ୍ୟାୟରେ ପହଞ୍ଚିବାର ସମ୍ଭାବନା ରହିଛି। ସହକର୍ମୀଙ୍କ ସହାୟତାରେ ବକେୟା ଅର୍ଥ ଆଦାୟ କରିବାରେ ସକ୍ଷମ ହେବେ।

ତୁଳା – ବିଭିନ୍ନ ଅସୁବିଧା ଭିତରେ ଗତି କରୁଥିବାରୁ ମାନସିକ ଅବସ୍ଥା ଖରାପ ଦିଗକୁ ଗତି କରିବ। କଳାତ୍ମକ ଦିଗଟି ଭଲ ରହିବ। ରାଜନୀତି, ସଂଗଠନ, ପ୍ରଶାସନିକ ସ୍ଥିତି ମନ୍ଦ ହେବନି। ମୂଲ୍ୟବାନ ଦ୍ରବ୍ୟ କ୍ରୟ ସକାଶେ ମୋଟା ଅଙ୍କର ଅର୍ଥର ଆବଶ୍ୟକତା ପଡ଼ିପାରେ। ପରିବାରରେ ଜଣେ ବନ୍ଧୁଙ୍କ ଉପସ୍ଥିତିକୁ କେନ୍ଦ୍ରକରି ଝଗଡ଼ା ଲାଗିପାରେ।

ବିଛା – ପ୍ରତ୍ୟେକ କ୍ଷେତ୍ରରେ ଭୁଲ୍‌ ବୁଝାମଣା ଯୋଗୁ ଅନ୍ୟମାନଙ୍କୁ ସନ୍ଦେହ ଚକ୍ଷୁରେ ଦେଖିପାରନ୍ତି। ଅତୀତ ଘଟଣା ମନକୁ ଆଲୋଡ଼ିତ କରିବା ଫଳରେ ମନ ଭଲ ଲାଗିବ ନାହିଁ। ପାରିବାରିକ ପ୍ରତିରୋଧ କାମକୁ ବିଶୃଙ୍ଖଳିତ କରିବା ଆଶଙ୍କା ରହିଛି। ପରିବାର ଭିତରେ ଛୋଟ ଘଟଣା ପ୍ରତି ଗୁରୁତ୍ୱ ଦେଲେ ଅଶାନ୍ତ ପରିସ୍ଥିତି ସୃଷ୍ଟି ହୋଇପାରେ।

ଧନୁ – ମାନସିକ ସ୍ଥିତି ଭଲ ରହିଥିଲେ ମଧ୍ୟ ଶାରୀରିକ ଅସୁସ୍ଥତା ଦେଖାଦେବ। ଅବହେଳିତ ହୋଇ ରହିଯାଇଥିବା କାର୍ଯ୍ୟ ସକାଶେ ଅନୁତାପ କରିବେ। ଅଯଥା ଆଶଙ୍କା କରି ଏଣୁତେଣୁ ଚିନ୍ତାକରି ବିବ୍ରତ ହୁଅନ୍ତୁ ନାହିଁ। ସଙ୍ଗୀତ, ଚଳଚ୍ଚିତ୍ର, ସାହିତ୍ୟସଭା, ସାମ୍ବାଦିକତା ପ୍ରତିଯୋଗିତାରେ ସଫଳତା ଯୋଗୁ ମନ ଖୁସି ରହିପାରେ।

ମକର – ଅନ୍ୟମାନଙ୍କ ସାହାଯ୍ୟ ଲାଭକରି ମନୋବଳ ବୃଦ୍ଧି ପାଇବା କାରଣରୁ ପ୍ରତ୍ୟେକ କ୍ଷେତ୍ରରେ ସଫଳତା ହାସଲ କରିବେ। ଜଣେ ବନ୍ଧୁଙ୍କ ସାହାଯ୍ୟରେ ଆଜିର କାମ ସୁବିଧାରେ ସମ୍ପନ୍ନ ହେବ। ସଂଯମତା ରକ୍ଷା ନ କଲେ ବିବାଦଗ୍ରସ୍ତ ହୋଇପାରନ୍ତି। ସାଂସ୍କୃତିକ କାର୍ଯ୍ୟକ୍ରମରେ ଅଥବା କଳା, ସାହିତ୍ୟରେ ସୁନାମ ଅର୍ଜନ କରିବେ।

କୁମ୍ଭ – ପାରିବାରିକ ସମସ୍ୟାକୁ କେନ୍ଦ୍ରକରି ମାନସିକ ଅବସାଦ ବୃଦ୍ଧି ପାଇବା ଯୋଗୁ କୌଣସି କାମ ଉତ୍ସାହପ୍ରଦ ହେବ ନାହିଁ। ହଠାତ୍‌ ନିଜର ପ୍ରିୟ ବନ୍ଧୁଟିର କୌଣସି ଘଟଣା ମନକୁ ବିବ୍ରତ କରିପାରେ। ଜମିଜମା, ଯାନବାହନ, ବାଣିଜ୍ୟ, ବ୍ୟବସାୟ ସମସ୍ୟା କ୍ରମଶଃ ଜଟିଳ ହେବାର ଆଶଙ୍କା ଦେଖାଦେବ। ଧନିଷ୍ଠା ନକ୍ଷତ୍ର ସଭାସମିତିକୁ ଆହୂତ ହୋଇପାରନ୍ତି।

ମୀନ – ଆଜିର କର୍ମକ୍ଷେତ୍ରରେ ତରବରିଆ ପଦକ୍ଷେପ ନେବା ଠିକ୍‌ ହେବ ନାହିଁ। ସନ୍ତାନମାନଙ୍କ ବିଶୃଙ୍ଖଳିତ ଆଚରଣ, କିଛିଟା ଅଭାବ ଓ ଅସୁବିଧା ମନକୁ ଭାରାକ୍ରାନ୍ତ କରିବ। ବିବାଦୀୟ ସ୍ଥିତିରେ ପରିବାରରେ ସ୍ତ୍ରୀଙ୍କ ପ୍ରେରଣାରୁ ଉପକୃତ ହୋଇପାରନ୍ତି। କଠିନ ଶ୍ରମ ଓ ଅନିଦ୍ରା ଜନିତ ସାମାନ୍ୟ ଶାରୀରିକ ଅସୁସ୍ଥି ଅନୁଭବ କରିପାରନ୍ତି।

Leave a Reply

Your email address will not be published. Required fields are marked *