ବର୍ଷାରେ ଭିଜିବ ସାରା ଓଡ଼ିଶା, ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର, ଦୁଇ ଦିନରେ ନେବ ଅବପାତର ରୂପ |

ଦର୍ଶକ ବନ୍ଧୁ ଏବେ ଏବେ ଆସିଲା ପାଣିପାଗ କେନ୍ଦ୍ର ତରଫରୁ ବହୁତ୍ ବଡ଼ ଅପଡେଟ ଯାହା ବିଷୟରେ ଜାଣିବା ଆପଣମାନେ ହୋଇଯିବେ ଆଶ୍ଚର୍ଯ୍ୟ ତାହେଲେ ଆଉ ଡେରି ନକରି ଆସନ୍ତୁ ଜାଣିବା ସମ୍ପୂର୍ଣ୍ଣ ଅପଡେଟ। ଲଘୁଚାପ ପରେ ଲଘୁଚାପ । ଆଜି ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ସୃଷ୍ଟି ହେବା ସମ୍ଭାବନା ରହିଛି ।

ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଏହାର ପାର୍ଶ୍ଵବର୍ତ୍ତୀ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ଏହାର ପ୍ରଭାବରେ ପୂର୍ବ କେନ୍ଦ୍ରୀୟ ଓ ସଂଲଗ୍ନ ଉତ୍ତର ବଙ୍ଗୋପସାଗରରେ ଆଜି ଆଉ ଏକ ଲଘୁଚାପ ସୃଷ୍ଟିର ସମ୍ଭାବନା ରହିଛି । କ୍ରମଶଃ ଏହା ପଶ୍ଚିମ ଉତ୍ତର ପଶ୍ଚିମ ଦିଗରେ ଗତି କରିବ । ପରବର୍ତ୍ତୀ ଦୁଇ ଦିନ ମଧ୍ୟରେ ଦକ୍ଷିଣ ଓଡ଼ିଶା ଓ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳ ନିକଟରେ ପହଞ୍ଚିବ ।

ଲଘୁଚାପ ପ୍ରଭାବରେ ରାଜ୍ୟରେ ବଢିବ ବର୍ଷାର ପରିମାଣ । ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ ମାଲକାନଗିରି, କୋରାପୁଟ, ନବରଙ୍ଗପୁର ଓ ରାୟଗଡ଼ା ଜିଲ୍ଲାକୁ ଦିଆଯାଇଛି ଅରେଞ୍ଜ ୱାର୍ଣ୍ଣିଂ । ଏସବୁ ଜିଲ୍ଲାରେ ୭ରୁ ୧୧ ସେଣ୍ଟିମିଟର ଯାଏ ବର୍ଷା ହୋଇପାରେ ।

ସେହିପିର ପ୍ରବଳ ବର୍ଷା ସମ୍ଭାବନା ଥିବା ୯ ଜିଲ୍ଲାକୁ ୟେଲୋ ଆଲର୍ଟ ଦିଆଯାଇଛି । ଜିଲ୍ଲାପାଳମାନଙ୍କୁ ଏ ନେଇ ପ୍ରସ୍ତୁତ ରହିବାକୁ ଏସ୍‌ଆରସିଙ୍କ ପକ୍ଷରୁ ପରାମର୍ଶ ଦିଆଯାଇଛି । ତେଣୁ ୩୦ ଓ ୩୧ରେ ସମୁଦ୍ରକୁ ଯିବାକୁ ମତ୍ସ୍ୟଜୀବୀଙ୍କୁ ବାରଣ କରାଯାଇଛି।

Leave a Reply

Your email address will not be published. Required fields are marked *