ଧ୍ୱଂସଲୀଳା ରଚିଲା ବାତ୍ୟା ୟାଗି, ଏମିତି ତାଣ୍ଡବ ରଚିଲା ଯେ ଲ୍ୟାଣ୍ଡଫଲ ବେଳେ ଚାଲିଗଲା ୧୬ ଜଣଙ୍କ ଜୀବନ |

ଦର୍ଶକ ବନ୍ଧୁ ଏବେ ଏବେ ପାଣିପାଗ ବିଭାଗ ତରଫରୁ ଆସିଛି ବହୁତ୍ ବଡ଼ ଅପଡେଟ ଯାହା ବିଷୟରେ ଜାଣିଲେ ଆପଣମାନେ ହୋଇଯିବେ ଆଶ୍ଚର୍ଯ୍ୟ ତାହେଲେ କଣ ସେହି ଆଶ୍ଚର୍ଯ୍ୟ କଲା ଭଳି ଅପଡେଟ ଆସନ୍ତୁ ଆଉ ଡେରି ନକରି ଜାଣିବା। ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଅବପାତ ରୂପ ନେଇଛି। ଏହା ପ୍ରଭାବରେ ଆଜି ମାଲକାନଗିରି, ନବରଙ୍ଗପୁର ଓ କୋରାପୁଟ ଜିଲ୍ଲାର କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା(୭ରୁ ୨୦ ସେମି) ଆଶଙ୍କା ରହିଛି। ଏଥିପାଇଁ ଏହି ଜିଲ୍ଲାଗୁଡ଼ିକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଥିବା

ବେଳେ ନୂଆପଡ଼ା, କଳାହାଣ୍ଡି, କନ୍ଧମାଳ, ରାୟଗଡ଼ା, ଗଜପତି ଓ ଗଞ୍ଜାମ ଜିଲ୍ଲାରେ ମଧ୍ୟ ପ୍ରବଳ ବର୍ଷା ଆଶଙ୍କା ଯୋଗୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ଦୁଇ ତାରିଖରେ ମାଲକାନଗିରି, ନବରଙ୍ଗପୁର, କଳାହାଣ୍ଡି, ନୂଆପଡ଼ା ଓ କୋରାପୁଟ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଏଭଳି ଆଉ ୨ ଦିନ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବର୍ଷା ଲାଗି ରହିବ‌ ବୋଲି ଭୁବନେଶ୍ବର ପାଣିପାଗ ବିଜ୍ଞାନ କେନ୍ଦ୍ର ଆକଳନ କରିଛି। ଅନ୍ୟପଟେ ସେପ୍ଟେମ୍ବର ୭ ରେ ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ଆଶଙ୍କା କରାଯାଇଛି।

ଶ୍ରୀକାକୁଲମ୍‌ ଓ ବିଶାଖାପାଟନମ୍‌ରୁ ଦୂରରେ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପ ସାଗରରେ ଏହି କ୍ଷେତ୍ର ସୃ‌ଷ୍ଟି ହେବାକୁ ଥିବା ଏହି ଲଘୁଚାପ କ୍ଷେତ୍ର ୪ ଦିନରେ ଅବପାତ ରୂପ ନେବ। ୭ ବା ୮ ତାରିଖରେ ଏହା ଓଡ଼ିଶା ଉପକୂଳରୁ ଛତିଶଗଡ଼ ଆଡ଼କୁ ମୁହାଁଇବାକୁ ଥିବାରୁ ନୂଆପଡ଼ା, ନବରଙ୍ଗପୁର, କଳାହାଣ୍ଡି, କୋରାପୁଟ, ରାୟଗଡ଼ା ଓ ଗଜପତିରେ ପ୍ରବଳ ବର୍ଷା ହେବା ନେଇ ପାଣିପାଗ ବିଶେଷଜ୍ଞ ସୁରେନ୍ଦ୍ରନାଥ ପଶୁପାଳକ ଆକଳନ କରିଛନ୍ତି। ଉତ୍ତର ଉପକୂଳ ଆନ୍ଧ୍ରପ୍ରଦେଶ ଓ ଏହାର ପାଶ୍ୱର୍ବର୍ତ୍ତୀ ଅଞ୍ଚଳ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ପ୍ରଭାବରେ ଆଜିଠାରୁ ରାଜ୍ୟରେ ବର୍ଷାର ପରିମାଣ ବୃଦ୍ଧି ପାଇବାର ସମ୍ଭାବନା ରହିଛି ।

ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନା ଅନୁସାରେ,ଲଘୁଚାପ ଘନୀଭୂତ ହୋଇ ଆସନ୍ତା ୨ରୁ ୩ ଦିନ ମଧ୍ୟରେ ଅବପାତରେ ପରିଣତ ହେବ । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଘଡ଼ଘଡ଼ି ସହ ବର୍ଷା ହେବା ନେଇ ୨୧ଟି ଜିଲ୍ଲାକୁ ସତର୍କ ସୂଚନା ଜାରି କରାଯାଇଛି । ଅପରପକ୍ଷରେ, ରାଜ୍ୟରେ ନିଅଣ୍ଟିଆ ବର୍ଷା ସ୍ଥିତି ଜାରି ରହିଛି । ଗତ ଜୁନ୍‍ ପହିଲାରୁ ଆଜି ପର୍ଯ୍ୟନ୍ତ ସ୍ୱାଭାବିକ ବର୍ଷାଠାରୁ ୧୨ ପ୍ରତିଶତ କମ୍‍ ବର୍ଷା ରେକର୍ଡ ହୋଇଛି ।

Leave a Reply

Your email address will not be published. Required fields are marked *