Weather Update : 8 ଜିଲ୍ଲାକୁ ପ୍ରବଳ ବର୍ଷା ଏନେଇ ପାଣିପାଗ ବିଭାଗ ଦେଲା ଭୟଙ୍କର ସୂଚନା |

ଦର୍ଶକ ବନ୍ଧୁ ଏବେ ଏବେ ଆସିଲା ପାଣିପାଗ କେନ୍ଦ୍ର ତରଫରୁ ବହୁତ୍ ବଡ଼ ଅପଡେଟ ଯାହା ବିଷୟରେ ଜାଣିଲେ ଆପଣମାନଙ୍କ ହୋସ ଉଡ଼ିଯିବ ତାହେଲେ କଣ ରହିଛି ସେହି ହୋସ ଉଡ଼ାଇବା ପତି ଖବର ଆସନ୍ତୁ ଜାଣିବା । ଉତ୍ତର ବଙ୍ଗୋପସାଗରରେ ଆଜି ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ପ୍ରଭାବରେ ଆସନ୍ତା ୪୮ ଘଣ୍ଟା ପର୍ଯ୍ୟନ୍ତ ରାଜ୍ୟର ଅର୍ଧାଧିକ ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ। ମୟୂରଭଞ୍ଜ, କେନ୍ଦୁଝର, ଢେଙ୍କାନାଳ, ଅନୁଗୁଳ, ସୁନ୍ଦରଗଡ଼, ଝାରସୁଗୁଡ଼ା ଉତ୍ତର ବଙ୍ଗୋପସାଗରରେ ଆଜି ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ପ୍ରଭାବରେ ଆସନ୍ତା ୪୮ ଘଣ୍ଟା ପର୍ଯ୍ୟନ୍ତ ରାଜ୍ୟର ଅର୍ଧାଧିକ ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ। ଏହି ସମୟ ମଧ୍ୟରେ ସମ୍ବଲପୁର, ଦେବଗଡ଼, ମୟୂରଭଞ୍ଜ, କେନ୍ଦୁଝର, ଢେଙ୍କାନାଳ, ଅନୁଗୁଳ, ସୁନ୍ଦରଗଡ଼, ଝାରସୁଗୁଡ଼ା ଜିଲ୍ଲାର କେତେକ ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷାର ସମ୍ଭାବନା ରହିଛି। ତାହାକୁ ଦୃଷ୍ଟିରେ ରଖି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ଏହି ସମୟ ମଧ୍ୟରେ ଉପକୂଳ, ଉତ୍ତର ଓ ଆଭ୍ୟନ୍ତରୀଣ ଓଡ଼ିଶାର ସମସ୍ତ ଜିଲ୍ଲା ସମେତ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ବଲାଙ୍ଗୀର, ନୂଆପଡ଼ା, ସୁବର୍ଣ୍ଣପୁର, ବୌଦ୍ଧ, ବରଗଡ଼ ଜିଲ୍ଲାର କେତେକ ସ୍ଥାନରେ ପ୍ରବଳ ବର୍ଷା ହେବା ନେଇ ପୂର୍ବାନୁମାନ କରାଯାଇଛି। ପରିସ୍ଥିତିକୁ ଦୃଷ୍ଟିରେ ରଖି ଏସ୍‌ଆରସିଙ୍କ ପକ୍ଷରୁ ସତର୍କ ରହିବାକୁ ଜିଲ୍ଲାପାଳମାନଙ୍କୁ କୁହାଯାଇଛି। ପ୍ରବଳ ବର୍ଷା ଏବଂ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାକୁ ଥିବା ଜିଲ୍ଲା ପ୍ରଶାସନ ‌ଯେକୌଣସି ବିପର୍ଯ୍ୟୟର ମୁକାବିଲା ପାଇଁ ପ୍ରସ୍ତୁତ ରହିବାକୁ ପରାମର୍ଶ ଦିଆଯାଇଛି। ସହରାଞ୍ଚଳ, ତଳିଆ ଅଞ୍ଚଳ ଓ ଅଣ୍ଡରପାସ୍‌ରେ ଜଳବନ୍ଦୀ ସମସ୍ୟା ସୃଷ୍ଟି ହେବାର ଆଶଙ୍କା ରହିଛି। ତେଣୁ ମୁକାବିଲା ଲାଗି ପ୍ରସ୍ତୁତ ରହିବାକୁ କୁହାଯାଇଛି। ସମୁଦ୍ର ଅଶାନ୍ତ ରହିବାକୁ ଥିବାରୁ ୨୫ ତାରିଖ ପର୍ଯ୍ୟନ୍ତ ମତ୍ସ୍ୟଜୀବୀଙ୍କୁ ଓଡ଼ିଶା ଉପକୂଳକୁ ବାରଣ କରାଯାଇଛି। ପ୍ରବଳରୁ ଅତିପ୍ରବଳ ବର୍ଷା ଏବଂ କ୍ଷୟକ୍ଷତିର ତଥ୍ୟ ତୁରନ୍ତ ଏସ୍‌ଆରସିଙ୍କ କାର୍ଯ୍ୟାଳୟକୁ ପ୍ରଦାନ କରିବାକୁ ଜିଲ୍ଲାପାଳମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି।

Leave a Reply

Your email address will not be published. Required fields are marked *