ଯେଉଁମାନେ ପାଇଛନ୍ତି ସୁଭଦ୍ରାର 5ହଜାର, ସେମାନେ ପୁଣି ପାଇବେ 5 ହଜାର, ଜାଣନ୍ତୁ କେବେ…

ଦର୍ଶକ ବନ୍ଧୁ ଏବେ ଏବେ ଆସିଲା ସୁଭଦ୍ରା ଯୋଜନାକୁ ନେଇ ଏକ ବହୁତ୍ ବଡ଼ ଅପଡେଟ ଯାହା ବିଷୟରେ ଜାଣିଲେ ଆପଣମାନେ ଆଶ୍ଚର୍ଯ୍ୟ ହୋଇଯିବେ ତାହେଲେ କଣ ରହିଛି ସେହି ଆଶ୍ଚର୍ଯ୍ୟ କଲା ଭଳି ଖବର ଆସନ୍ତୁ ଆଉ ଡେରି ନକରି ଜାଣିବା। ଅଙ୍ଗନବାଡ଼ି କର୍ମୀଙ୍କ ପାଇଁ ଖୁସି ଖବର। ବର୍ତ୍ତମାନ ଅଙ୍ଗନବାଡ଼ି କର୍ମୀ ପାଇବେ ସୁଭଦ୍ରା ଟଙ୍କା। ଏନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ସୂଚନା ଜାରି କରିଛନ୍ତି।

ପ୍ରଥମ କିସ୍ତିର ତୃତୀୟ ପର୍ଯ୍ୟାୟରେ ଅଙ୍ଗନବାଡ଼ି କର୍ମୀ ଟଙ୍କା ପାଇବେ। ଏହାର ତାଲିକା ପ୍ରସ୍ତୁତ ହେଉଛି, ଖୁବଶୀଘ୍ର ଜାରି ହେବ। ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା କହିଛନ୍ତି ଯେ, ତୃତୀୟ ପର୍ଯ୍ୟାୟରେ ବାଦ ପଡିଥିବା ସମସ୍ତ ଅଙ୍ଗନବାଡ଼ି କର୍ମୀମାନଙ୍କୁ ସୁଭଦ୍ରା ଟଙ୍କା ମିଳିବ। ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡାଙ୍କ ସୁଭଦ୍ରାକୁ ନେଇ ଗୁରୁତ୍ୱପୂର୍ଣ୍ଣ ସୂଚନା ରହିଛି।

ସେ କହିଛନ୍ତି, ‘ବାଦ୍ ପଡିଥିବା ସବୁ ଅଙ୍ଗନବାଡି କର୍ମୀଙ୍କୁ ତୃତୀୟ ପର୍ଯ୍ୟାୟରେ ମିଳିବ ସୁଭଦ୍ରା ଟଙ୍କା। ଏଥିରେ କୌଣସି ଯୋଗ୍ୟ ହିତାଧିକାରୀ ବାଦ୍ ପଡିବେନି। ଖାରଜ ହୋଇଥିବା ୨ ଲକ୍ଷ ୬୭ ହଜାର ଆବେଦନ ରି-ଚେକ୍ ହେବ। ବାରମ୍ବାର ଚେକ୍ ହେବ, କେହି ବି ବଞ୍ଚିତ ହେବେ ନାହିଁ। ଏଥିପାଇଁ ୧ ତାରିଖରେ ନୋଡାଲ ଏଜେନ୍ସି ନିଯୁକ୍ତ ହେବେ।’

Leave a Reply

Your email address will not be published. Required fields are marked *