ରାଜ୍ୟର ତିନି ସହରର ରାତି ତାପମାତ୍ରା ୧୫ ଡିଗ୍ରୀ ସେଲସିୟସ୍ ତଳେ ରହିଥିଲା । ରାଉରକେଲାରେ ପାରଦ ୧୩.୯ ଡିଗ୍ରୀକୁ ଖସି ଆସିଥିଲା । ଅନୁଗୁଳ ଓ ଝାରସୁଗୁଡ଼ାରେ ୧୪.୬ ଡିଗ୍ରୀ ରେକର୍ଡ ହୋଇଥିଲା । ରାଜଧାନୀ ଭୁବନେଶ୍ୱରରେ ପାରଦ ୨୦ ଡିଗ୍ରୀ ଥିଲା । ରାତି ତାପମାତ୍ରା ଖସିବା ଯୋଗୁ ଅନେକ ସ୍ଥାନରେ ଶୀତ ଅନୁଭୂତ ହୋଇଛି । ଆସନ୍ତା ୪ରୁ ୫ ଦିନ ଭିତରେ ରାତି ତାପମାତ୍ରା ଆହୁରି ୨ରୁ ୪ ଡିଗ୍ରୀ ଖସିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଥିଲା ।
ସୂଚନା ଥାଉକି, ରାଜ୍ୟରେ ରାଜ୍ୟରେ ଶୀତ ବଢିବା ନେଇ ପୂର୍ବାନୁମାନ କରିଥିଲା ପାଣିପାଗ ବିଭାବ । ଏହାସହ ରାତି ତାପମାତ୍ରା କମିବ ବୋଲି ବି ସୂଚନା ଦିଆଯାଇଥିଲା । ଉପକୂଳ ଓଡ଼ିଶାରେ ସର୍ବନିମ୍ନ ତାପମାତ୍ରା ସ୍ୱାଭାବିକ ରହିବ । ମାତ୍ର ରାଜ୍ୟର ଅନ୍ୟ ସ୍ଥାନଗୁଡ଼ିକରେ ସ୍ୱାଭାବିକଠୁ ବି କମ୍ ରହିବ । ୨ରୁ ୪ ଡିଗ୍ରୀ ସେଲସିୟସ୍ ପର୍ଯ୍ୟନ୍ତ କମିବ ସର୍ବନିମ୍ନ ତାପମାତ୍ରା ।
ଉପକୂଳ ଓଡ଼ିଶା ଓ ଆଭ୍ୟନ୍ତରୀଣ ଓଡ଼ିଶାର ରାତି ବେଳେ ସର୍ବନିମ୍ନ ତାପମାତ୍ରା ୧୮ରୁ ୨୦ ଡିଗ୍ରୀ ସେଲସିୟସକୁ ଖସିବ । ଆଭ୍ୟନ୍ତରୀଣ ଓଡ଼ିଶା ଓ ଉପକୂଳକୁ ଲାଗିଥିବା ଜିଲ୍ଲାଗୁଡ଼ିକର ସର୍ବନିମ୍ନ ତାପମାତ୍ରା ୧୨ରୁ ୧୬ ଡିଗ୍ରୀ ସେଲସିୟସ୍ ରହିବ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି । ରାତିବେଳକୁ ତାପମାତ୍ରା ପାଖାପାଖି ୧ ଡିଗ୍ରୀ ସେଲସିୟସ କମିବ । ରାଜ୍ୟରେ ଶୀତ ସାମାନ୍ୟ ବଢ଼ିବ ।