ଓଡ଼ିଶାକୁ ମାଡ଼ି ଆସୁଛି ଭୟଙ୍କର ଲଘୁଚାପ ,ଏହି ସବୁ ଜିଲ୍ଲାରେ ଆସନ୍ତା କାଲି ଠାରୁ ଅତି ପ୍ରବଳ ବର୍ଷିବ ଆଲର୍ଟ ଜାରି କଲା ପାଣିପାଗ ବିଭାଗ

ଦର୍ଶକ ବନ୍ଧୁ ଏବେ ଏବେ ପାଣିପାଗ ବିଭାଗ ତରଫରୁ ଆସିଛି ବହୁତ୍ ବଡ଼ ଖବର ଯାହାକୁ ଶୁଣିଲେ ଆପଣମାନେ ଆଶ୍ଚର୍ଯ୍ୟ ହୋଇଯିବେ ତାହେଲେ ଆଉ ଡେରି ନକରି ଆସନ୍ତୁ ଜାଣିବା ସେହି ଖବର ବିଷୟରେ ସମ୍ପୂର୍ଣ୍ଣ ଭାବରେ। ବଙ୍ଗୋପସାଗରରେ ଘନିଭୂତ ହେଉଛି ସୁଦୃଶ୍ୟ ଲଘୁଚାପ । ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଆରମ୍ଭ ହୋଇଛି ।

ଆସନ୍ତା ୩ ଘଣ୍ଟା ପାଇଁ ୮ ଜିଲ୍ଲାକୁ ସତର୍କ ସୂଚନା ଜାରି କରିଛି ଆଞ୍ଚଳିକ ପାଣିପାଗ ବିଭାଗ । ବିଜୁଳି, ଘଡ଼ ଘଡ଼ ସହ ମଧ୍ୟମ ଧରଣ ବର୍ଷା ହେବା ନେଇ ସତର୍କ ସୂଚନା ଜାରି କରାଯାଇଛି । ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଂଜାମ, ଗଜପତି, ନୟାଗଡ଼, ନବରଙ୍ଗପୁର, କଳାହାଣ୍ଡି ଜିଲ୍ଲାକୁ ଅଲର୍ଟ କରାଯାଇଛି ।

ଅନ୍ୟପଟେ ଆସନ୍ତା ୧୨ ଘଣ୍ଟାରେ ବଙ୍ଗୋପସାଗରରେ ସୁଦୃଶ୍ୟ ଲଘୁଚାପ ଅବପାତରେ ରୂପ ନେଇପାରେ । ଏହାର ପ୍ରଭାବରେ ଆଜିଠୁ ଆସନ୍ତା ୨୨ ତାରିଖ ଯାଏଁ ରାଜ୍ୟରେ ବର୍ଷା ଲାଗି ରହିବ । ସମୁଦ୍ର ଅଶାନ୍ତ ଥିବାରୁ ମତ୍ସ୍ୟଜୀବୀମାନଙ୍କୁ ଆସନ୍ତା ୨ ଦିନ ପର୍ୟ୍ୟନ୍ତ ସମୁଦ୍ର ଭିତରକୁ ଯିବାକୁ ବାରଣ କରାଯାଇଛି । ରାଜ୍ୟରେ ୪ ଦିନ ପ୍ରବଳ ବର୍ଷା ହେବା ନେଇ ଆକଳନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର।

ତିନି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଏବଂ ୧୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର । ପ୍ରବଳ ବର୍ଷା କାରଣରୁ ତଳିଆ ଅଞ୍ଚଳରେ ଜଳବନ୍ଦୀ ସମସ୍ୟା ଦେଖାଦେଇପାରେ । ଏଥିପାଇଁ ସଂଲଗ୍ନ ଅଞ୍ଚଳର ଜିଲ୍ଲାପାଳଙ୍କୁ ସତର୍କ ରହିବାକୁ କହିଛନ୍ତି ସ୍ୱତନ୍ତ୍ର ରିଲିଫ୍ କମିଶନର । ଭୁବନେଶ୍ୱର ଏବଂ କଟକରେ ମଧ୍ୟ ବର୍ଷା ନେଇ ଆକଳନ ହୋଇଛି । ବର୍ଷା ସହିତ ଘଡଘଡି ଆଶଙ୍କା କରିଛି ପାଣିପାଗ କେନ୍ଦ୍ର ।

Leave a Reply

Your email address will not be published. Required fields are marked *