ମେଷ ରାଶି – ଆଜି ବନ୍ଧୁଙ୍କ ପ୍ରେରଣା ଲାଭକରି ଆନୁଷ୍ଠାନିକ କାମରେ ବ୍ୟସ୍ତ ରହିପାରନ୍ତି। ବିବାଦୀୟ ପରିବେଶରେ ମଧ୍ୟସ୍ଥତାପୂର୍ବକ ପ୍ରିୟକଥା କହି ସମସ୍ୟାକୁ ସୁଧାରି ନେବେ। ବନ୍ଧୁ ଦେଇଥିବା ପ୍ରତିଶ୍ରୁତିରେ ଖିଲାପ କରିପାରନ୍ତି, ଯାହାକି ଦୁଶ୍ଚିନ୍ତାର କାରଣ ହେବ। ଆର୍ଥିକ ଅଭିବୃଦ୍ଧିଜନିତ କୌଣସି ନୂତନ ଯୋଜନାରମ୍ଭ ସକାଶେ ମନ ବଳାଇପାରନ୍ତି। ନିର୍ଦ୍ଧାରିତ ସମୟ ମଧ୍ୟରେ କାମ କରନ୍ତୁ ଆପଣଙ୍କୁ ଲାଭ ମିଳିବ। ନୂଆ କାମ କରିବାକୁ ଆଗ୍ରହୀ ଥିଲେ ବରିଷ୍ଠଙ୍କ ପରାମର୍ଶ ନିଅନ୍ତୁ। ଚାକିରିଆ ବ୍ୟକ୍ତି ନିଜର ବାଣୀ ଉପରେ ଧ୍ୟାନ ଦିଅନ୍ତୁ।
ବୃଷ ରାଶି – ପ୍ରତିଟି କାମ ମନଦେଇ କଲେ ସଫଳତା ପାଇବେ। କର୍ମକ୍ଷେତ୍ରରେ ଉଚ୍ଚସମ୍ମାନ ପାଇବା ସହ ଅନ୍ୟମାନଙ୍କୁ ଆପଣେଇ ନେବାରେ ସମର୍ଥ ହେବେ। ସାଂସ୍କୃତିକ କାର୍ଯ୍ୟକ୍ରମରେ ତଥା କଳା, କ୍ରୀଡ଼ା ଓ ସାହିତ୍ୟ, ସଙ୍ଗୀତରେ ସୁନାମ ଅର୍ଜନ କରିବେ। ଭାଇଙ୍କ ରୁଗ୍ଣ ସ୍ବାସ୍ଥ୍ୟ ସକାଶେ ଚିନ୍ତା କରିପାରନ୍ତି। ନିର୍ମାଣ, ବାଣିଜ୍ୟ, ସାମ୍ବାଦିକତା,ଏଜେନ୍ସିପ୍, ମାଲିମକଦ୍ଦମା ପ୍ରଭୃତିରେ ଉନ୍ନତିର ଆଶାରହିଛି। ଜୀବନସାଥୀଙ୍କ ବିଚାର ବୁଝିବାକୁ ଚେଷ୍ଟା କରିବେ। ବିଦ୍ୟାର୍ଥୀ କୌଣସି ପ୍ରତିଯୋଗିତାମୂଳକ ପରୀକ୍ଷା ପାଇଁ ଫର୍ମ ଭରିବେ।
ମିଥୁନ ରାଶି – ଆପଣଙ୍କର ଆର୍ଥିକ ସ୍ଥିତି ସୁଦୃଢ଼ ରହିବ। ନିତିଦିନିଆ କାମ ସହଜରେ ପୂରା ହୋଇଯିବ। ଏଭଳି ବ୍ୟକ୍ତିଙ୍କ ସହ ମିଶିବେ ଯିଏ ଆପଣଙ୍କ ନୂଆ କାମରେ ସାହାଯ୍ୟ କରିବେ। କର୍ମକ୍ଷେତ୍ର ପ୍ରତି ଉଦାସୀନ ରହିଲେ ମଧ୍ୟ ନୂତନ ଦାୟିତ୍ୱ ହାତକୁ ନେବାକୁ ବାଧ୍ୟ ହେବେ। ନିଜ ପରିସରରେ ଜାଣିଶୁଣି କେତେକ ବ୍ୟକ୍ତି ସମସ୍ୟା ସୃଷ୍ଟି କରିପାରନ୍ତି। ଯାନବାହନ ଚାଳାନାରେ ସତର୍କତା ଅବଲମ୍ବନ କରନ୍ତୁ। ବାଣିଜ୍ୟ, ବ୍ୟବସାୟ, ପରିବହନ, ଜମିଜମା କାରବାର, କଳକାରଖାନା କାମରେ ଲାଭବାନ୍ ହେବେ।
କର୍କଟ ରାଶି – କାର୍ଯ୍ୟକ୍ଷେତ୍ରରେ ଧନଲାଭର ନୂଆ ଉତ୍ସ ତଲାସ କରିବେ। ସଙ୍ଗୀତ କ୍ଷେତ୍ରରେ ଥିବା ଲୋକଙ୍କୁ ଭଲ ସୁଯୋଗ ମିଳିବ। ଆପଣ କରିଆସୁଥିବା ଉଦ୍ୟମରେ ସଫଳ ହେବେ। ପାରିବାରିକ ସମସ୍ୟା ସମାଧାନରେ ଅତିପ୍ରିୟ ବନ୍ଧୁଙ୍କ ପରାମର୍ଶରୁ ମାନସିକ ସାନ୍ତ୍ଵନା ମିଳିବ। ଅସାବଧାନତା କାରଣରୁ ଦ୍ରବ୍ୟ ନଷ୍ଟ ଯୋଗୁ କ୍ଷୋଭ ପ୍ରକାଶ କରିପାରନ୍ତି। କର୍ମକ୍ଷେତ୍ରରେ ସହକର୍ମୀଙ୍କ ସହିତ ବୁଝାମଣା ନେଇ ତିକ୍ତତା ଦେଖାଦେଇପାରେ। ସଭାସମିତିରେ ଆଜିର ଆଲୋଚନା ଫଳପ୍ରଦ ହେବାର କ୍ଷୀଣ ଆଶା ରହିଛି।
ସିଂହ ରାଶି – ମନକଥା ମନରେ ଗୋପନ ରଖି ପିଠି ଥାପୁଡ଼େଇ କାମ ହାସଲ କରିବେ। କଠିନଶ୍ରମ ଓ ବିଶ୍ରାମର ଅଭାବ ଜନିତ ପୁରାତନ ରୋଗର ପୀଡ଼ା ବୃଦ୍ଧି ଘଟିପାରେ। ଆଖିରେ ନଦେଖି କେବଳ ଶୁଣାକଥାକୁ ବିଶ୍ୱାସ କଲେ ଅସୁବିଧାର ସମ୍ମୁଖୀନ ହୋଇପାରନ୍ତି। ବ୍ୟବସାୟରେ ଆଖିଦୃଷ୍ଟିଆ ସଫଳତା ହାସଲ କରିପାରିବେ ନାହିଁ। ଜୀବନସାଥୀଙ୍କ ସହଯୋଗରେ ଆଗକୁ ବଢ଼ିବାର ସୁଯୋଗ ପାଇବେ। ନୂଆ ବେପାର ଆରମ୍ଭ କରିବା ପାଇଁ ଭାବିବେ। ଅଫିସ କାମ କରିବା ବେଳେ ମନକୁ ବିଭିନ୍ନ ଯୋଜନା ଆସିବ।
କନ୍ୟା ରାଶି – ସମସ୍ତ ପ୍ରକାର ସୁବିଧା ଥିଲେ ମଧ୍ୟ ନିଜ ଲୋକଙ୍କ ଦ୍ୱାରା କାମରେ ପ୍ରତିବନ୍ଧକ ସୃଷ୍ଟି ହୋଇପାରେ। କର୍ମକ୍ଷେତ୍ରରେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟରୁ ଉପକୃତ ହୋଇପାରନ୍ତି। ପରିବାରର ଆବଶ୍ୟକତାନୁଯାୟୀ ଗୃହୋପକରଣ କ୍ରୟ କରିପାରନ୍ତି। ଆକସ୍ମିକ ବିବାଦୀୟ ପରିସ୍ଥିତି ସୃଷ୍ଟି ହେବା କାରଣରୁ ନିର୍ମାଣାଧୀନ କାର୍ଯ୍ୟ ସ୍ଥଗିତ ରହିପାରେ। ପୂର୍ବ ବ୍ୟବସାୟ ଚୁକ୍ତିରୁ ଆପଣଙ୍କୁ ଅଚାନକ ଲାଭ ହେବ। ସାମାଜିକ ସଂସ୍ଥାର କାମରେ ସହଯୋଗ କରିବେ। ଘରୋଇ ଦାୟିତ୍ବ ନେଇ ପରିବାର ଲୋକଙ୍କ ସହ କଥା ହେବେ।
ତୁଳା ରାଶି – ବନ୍ଧୁମାନଙ୍କୁ ଉପଯୁକ୍ତ ପ୍ରେରଣା ଦେଇ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ। ଅନ୍ୟମାନଙ୍କ ପ୍ରରୋଚନାରେ ପଡି ବିବାଦୀୟ କଥାରେ ମୁଣ୍ଡ ନ ପୂରାଇବା ଭଲ। ବିଭିନ୍ନ କ୍ଷେତ୍ରରୁ ନିଜଲୋକମାନଙ୍କ ବିରୋଧରେ ଅଭିଯୋଗ ଆସିପାରେ। ଭାବୁଥିବା ବିଷୟଟିକୁ ବନ୍ଧୁଙ୍କ ମୁହଁ ସାମ୍ନାରେ ପ୍ରକାଶ କରିପାରିବେ ନାହିଁ। ବ୍ୟବସାୟରେ ଚୁକ୍ତି କରିବାକୁ ଯାଉଥିଲେ ଅଭିଜ୍ଞ ବ୍ୟକ୍ତିଙ୍କ ପରାମର୍ଶ ନିଅନ୍ତୁ। ସରକାରୀ କାମ ପୂରା କରିବାରେ ସମୟ ଲାଗିପାରେ। ପ୍ରେମିକ ପ୍ରେମିକାଙ୍କ ଲାଗି ଭଲ ଦିନଟିଏ।
ବିଛା ରାଶି – ଆଜି ଯେଉଁ କାମ ଆରମ୍ଭ କରିବେ ସେଥିରେ ସଫଳତା ମିଳିବ। ବଡ଼ କଂପାନିରୁ ଚାକିରି ପାଇଁ ଡାକରା ଆସିବ। ବିଜ୍ଞାନ ଛାତ୍ରଙ୍କ ଲାଗି ଦିନଟି ଭଲ। ଅଚାନକ ଧନଲାଭ ହେବ। ପ୍ରତ୍ୟେକ ପରିସ୍ଥିତିରେ ଯୁକ୍ତିଯୁକ୍ତ କଥା କହି ଅନ୍ୟମାନଙ୍କୁ ସନ୍ତୁଷ୍ଟ କରିପାରିବେ। ପରିବାରରେ ସ୍ତ୍ରୀଙ୍କ ସ୍ବାସ୍ଥ୍ୟହାନି ଯୋଗୁ ମନ ଅଶାନ୍ତି ରହିବାର ସୂଚନା ରହିଛି। ସରକାରୀ ସ୍ତରରୁ ପ୍ରତୀକ୍ଷିତ ଖବର ପାଇ ଖୁସି ହେବେ। ବାକି ପଡିଥିବା ଅର୍ଥ ଆଦାୟ କରିବାରେ ସକ୍ଷମ ହୋଇପାରନ୍ତି।
ଧନୁ ରାଶି – ସତର୍କତା କିମ୍ବା ଅନ୍ୟମନସ୍କତା କାରଣରୁ ଧନ ହାନି ଘଟି ପାରେ। ନିକଟତମ ବନ୍ଧୁଙ୍କ ପାଇଁ ପ୍ରତୀକ୍ଷାଜନିତ ଯନ୍ତ୍ରଣା ତୀବ୍ର ହେବାର ଅନୁଭବ କରିବେ। ଅଫିସିଆଲି କାମ କିମ୍ବା ପ୍ରଶାସନିକ କ୍ଷେତ୍ରରେ ଦ୍ୱନ୍ଦ୍ୱ ଦୂର ହେବାର ସୂଚନା ରହିଛି। ବହୁତ ଦିନରୁ ଅଟକି ରହିଯାଇଥିବା କାମ ହାସଲ କରିବାରେ ସମର୍ଥ ହେବେ। ଲୋକମାନଙ୍କୁ ସହଜରେ ନିଜ କଥାରେ ପ୍ରଭାବିତ କରିବେ। ରାଜନୀତି କ୍ଷେତ୍ରରେ ଥିବା ବ୍ୟକ୍ତି ମାନ ସମ୍ମାନ ପାଇବେ। କେହି ଆପଣଙ୍କ ସହ ମିଶିବାକୁ ଚେଷ୍ଟା କରିପାରନ୍ତି।
ମକର ରାଶି – ପ୍ରତ୍ୟେକ କ୍ଷେତ୍ରରେ ବିଭିନ୍ନ ସମସ୍ୟା ମଧ୍ୟ ଦେଇ ଗତି କରିବେ। ନୀଚ ମନୋଭାବର ବ୍ୟକ୍ତି ଦ୍ୱାରା ପ୍ରଭାବିତ ହୋଇ ଅସମ୍ମାନିତ ହୋଇପାରନ୍ତି। ଅର୍ଥ ସଂକଟ, ମାଲିମକଦ୍ଦମା, ପରୋକ୍ଷ ଶତ୍ରୁତା ଚିନ୍ତାର କାରଣ ହୋଇପାରେ। ବାଣିଜ୍ୟ, ବ୍ୟବସାୟ, ପରିବହନ, ପ୍ରେସ୍, ପବ୍ଲିକେଶନରେ ସମସ୍ୟା ସମାଧାନ ହୋଇଯିବ। ଆପଣଙ୍କ ବ୍ୟବହାର ଦ୍ବାରା ଲୋକମାନେ ପ୍ରଭାବିତ ହେବେ। ବନ୍ଧୁ ସହ ସମ୍ବନ୍ଧ ପୂର୍ବ ଅପେକ୍ଷା ଭଲ ହେବ। ଚାକିରି ଖୋଜୁଥିବା ବ୍ୟକ୍ତି ବିଶେଷ ଶୁଭ ଖବର ପାଇବେ।
କୁମ୍ଭ ରାଶି – ସମୟାନୁବର୍ତ୍ତିତା ଓ କାର୍ଯ୍ୟଦକ୍ଷତା କାରଣରୁ କର୍ମକ୍ଷେତ୍ରରେ ପ୍ରାଧାନ୍ୟତା ଅକ୍ଷୁଣ୍ଣ ରହିବ। ଈର୍ଷାପରାୟଣତା ମନୋଭାବ ହେତୁ ପ୍ରାପ୍ୟଧନରେ ବାଧା ସୃଷ୍ଟି ହୋଇପାରେ। ସାଧାରଣ କଥାକୁ କେନ୍ଦ୍ରକରି ସ୍ତ୍ରୀଙ୍କ ସହ ମତ ପାର୍ଥକ୍ୟର ଆଶଙ୍କା ରହିଛି। ନିଜ ବ୍ୟବହାର୍ଯ୍ୟ ଜିନିଷ ପରକୁ ଦେଇ ଅପଦସ୍ଥ ହୋଇପାରନ୍ତି। ସାମାଜିକ ଗଣମାଧ୍ୟମରେ ଯାହାଙ୍କୁ ବନ୍ଧୁ ଭାବେ ଗ୍ରହଣ କରିବେ ତାଙ୍କ ସହ ବନ୍ଧୁତା ଦୀର୍ଘ ଦିନ ଧରି ରହିବ। ସରକାରୀ ଚାକିରିଆଙ୍କୁ ଭଲ କାମ ପାଇଁ ପ୍ରୋତ୍ସାହନ ମିଳିବ।
ମୀନ ରାଶି – ଅସମ୍ପୂର୍ଣ୍ଣ କାମକୁ ଆଜି ପୂର୍ଣ୍ଣାଙ୍ଗ କରିପାରିବାରେ ସଫଳ ହେବେ। ପ୍ରତିଯୋଗିତା, କ୍ରୀଡ଼ା, କଳା, ସାହିତ୍ୟ, ସଙ୍ଗୀତରେ ସଫଳତା ହାସଲ କରିବେ। ଆତ୍ମୀୟମାନଙ୍କ ସାହାଯ୍ୟ ଫଳରେ ଦୀର୍ଘଦିନରୁ ଚିନ୍ତା କରିଥିବା କାମଟି ହଠାତ୍ ହୋଇଯିବ। ଅସ୍ଥିରତା ପ୍ରକାଶ ନ କରି ଧୈର୍ଯ୍ୟର ସହ କାମକଲେ ସମସ୍ୟାର ସରଳ ସମାଧାନ ହୋଇପାରିବ। ବନ୍ଧୁ ସହ କଥାବାର୍ତ୍ତା କଲେ ଭଲ ପରାମର୍ଶ ପାଇବେ। ବ୍ୟବସାୟରେ ବାକି ପଡ଼ିଥିବା ଅର୍ଥ ପାଇବେ। ଦାମ୍ପତ୍ୟ ଜୀବନ ସଜାଡ଼ିବା ପାଇଁ ଜୀବନସାଥୀଙ୍କ ସହ କଥା ହେବେ।