ମେଷ – ନିର୍ଦ୍ଧାରିତ ସମୟ ମଧ୍ୟରେ କାମ କରନ୍ତୁ ଆପଣଙ୍କୁ ଲାଭ ମିଳିବ। ନୂଆ କାମ କରିବାକୁ ଆଗ୍ରହୀ ଥିଲେ ବରିଷ୍ଠଙ୍କ ପରାମର୍ଶ ନିଅନ୍ତୁ। ଚାକିରିଆ ବ୍ୟକ୍ତି ନିଜର ବାଣୀ ଉପରେ ଧ୍ୟାନ ଦିଅନ୍ତୁ। ନିଜ ପରିବାର ପ୍ରତି ସ୍ନେହ ସଦ୍ଦିଚ୍ଛା ରହିବ। କର୍ମତପ୍ର ହେବେ ।
ବୃଷ – ପ୍ରତିଟି କାମ ମନଦେଇ କଲେ ସଫଳତା ପାଇବେ। ଜୀବନସାଥୀଙ୍କ ବିଚାର ବୁଝିବାକୁ ଚେଷ୍ଟା କରିବେ। ବିଦ୍ୟାର୍ଥୀ କୌଣସି ପ୍ରତିଯୋଗିତାମୂଳକ ପରୀକ୍ଷା ପାଇଁ ଫର୍ମ ଭରିବେ। ସରକାରୀଙ୍ଗ ସ୍ତରରେ ସମ୍ମାନିତ ହେବେ । ରାଜକୋଷ ଅର୍ଥ ମିଳିପାରେ । ଯାନବାହନ ସୁଖ ମିଳିବ |
ମିଥୁ – ଆପଣଙ୍କର ଆର୍ଥିକ ସ୍ଥିତି ସୁଦୃଢ଼ ରହିବ। ନିତିଦିନିଆ କାମ ସହଜରେ ପୂରା ହୋଇଯିବ। ଏଭଳି ବ୍ୟକ୍ତିଙ୍କ ସହ ମିଶିବେ ଯିଏ ଆପଣଙ୍କ ନୂଆ କାମରେ ସାହାଯ୍ୟ କରିବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ ।ଉଦ୍ୟୋଗୀ ହେବେ ।
କର୍କଟ – କାର୍ଯ୍ୟକ୍ଷେତ୍ରରେ ଧନଲାଭର ନୂଆ ଉତ୍ସ ତଲାସ କରିବେ। ସଙ୍ଗୀତ କ୍ଷେତ୍ରରେ ଥିବା ଲୋକଙ୍କୁ ଭଲ ସୁଯୋଗ ମିଳିବ। ଆପଣ କରିଆସୁଥିବା ଉଦ୍ୟମରେ ସଫଳ ହେବେ। ଅଷ୍ଟମ ଚନ୍ଦ୍ର ଭୋଗ ହେତୁ ସତର୍କରେ ଚଳିବେ ।
ସିଂହ – ଜୀବନସାଥୀଙ୍କ ସହଯୋଗରେ ଆଗକୁ ବଢ଼ିବାର ସୁଯୋଗ ପାଇବେ। ନୂଆ ବେପାର ଆରମ୍ଭ କରିବା ପାଇଁ ଭାବିବେ। ଅଫିସ କାମ କରିବା ବେଳେ ମନକୁ ବିଭିନ୍ନ ଯୋଜନା ଆସିବ। ଅହଂକାରକୁ ବିସର୍ଜନ ଦେଇପରନ୍ତି ।
କନ୍ୟା – ପୂର୍ବ ବ୍ୟବସାୟ ଚୁକ୍ତିରୁ ଆପଣଙ୍କୁ ଅଚାନକ ଲାଭ ହେବ। ସାମାଜିକ ସଂସ୍ଥାର କାମରେ ସହଯୋଗ କରିବେ। ଘରୋଇ ଦାୟିତ୍ବ ନେଇ ପରିବାର ଲୋକଙ୍କ ସହ କଥା ହେବେ। ଚାକିରି କ୍ଷେତ୍ରରେ ଉଚ୍ଚ କତୁରପକ୍ଷଙ୍କ ପ୍ରିୟଭାଜନ ହେବେ ।
ତୁଳା – ବ୍ୟବସାୟରେ ଚୁକ୍ତି କରିବାକୁ ଯାଉଥିଲେ ଅଭିଜ୍ଞ ବ୍ୟକ୍ତିଙ୍କ ପରାମର୍ଶ ନିଅନ୍ତୁ। ସରକାରୀ କାମ ପୂରା କରିବାରେ ସମୟ ଲାଗିପାରେ। ପ୍ରେମିକ ପ୍ରେମିକାଙ୍କ ଲାଗି ଭଲ ଦିନଟିଏ। ତେଜସ୍ଵୀ ଓ ଉତ୍ତମ ବ୍ୟକ୍ତିତ୍ଵସମ୍ପନ୍ନ ହେବେ ।
ବିଛା – ଆଜି ଯେଉଁ କାମ ଆରମ୍ଭ କରିବେ ସେଥିରେ ସଫଳତା ମିଳିବ। ବଡ଼ କଂପାନିରୁ ଚାକିରି ପାଇଁ ଡାକରା ଆସିବ। ବିଜ୍ଞାନ ଛାତ୍ରଙ୍କ ଲାଗି ଦିନଟି ଭଲ। ଅଚାନକ ଧନଲାଭ ହେବ। ସେବା ଓ ପରୋପକାରକୁ ଜୀବନର ବ୍ରତଭାବେ ଗ୍ରହଣ କରିବେ ।
ଧନୁ – ଲୋକମାନଙ୍କୁ ସହଜରେ ନିଜ କଥାରେ ପ୍ରଭାବିତ କରିବେ। ରାଜନୀତି କ୍ଷେତ୍ରରେ ଥିବା ବ୍ୟକ୍ତି ମାନ ସମ୍ମାନ ପାଇବେ। କେହି ଆପଣଙ୍କ ସହ ମିଶିବାକୁ ଚେଷ୍ଟା କରିପାରନ୍ତି। ଧାର୍ମିକ, ବନ୍ଧୁପ୍ରେମୀ ଓ ବିଦ୍ଵାନ୍ ହୋଇପାରନ୍ତି । ପ୍ରତି କ୍ଷେତ୍ରରେ ବିଜୟୀ ହେବେ ।
ମକର – ଆପଣଙ୍କ ବ୍ୟବହାର ଦ୍ବାରା ଲୋକମାନେ ପ୍ରଭାବିତ ହେବେ। ବନ୍ଧୁ ସହ ସମ୍ବନ୍ଧ ପୂର୍ବ ଅପେକ୍ଷା ଭଲ ହେବ। ଚାକିରି ଖୋଜୁଥିବା ବ୍ୟକ୍ତି ବିଶେଷ ଶୁଭ ଖବର ପାଇବେ। ଦାମ୍ପତ୍ୟ ସୁଖ ମିଳିବ। ବନ୍ଧୁ ସହାୟତା ପାଇବେ ।
କୁମ୍ଭ – ସାମାଜିକ ଗଣମାଧ୍ୟମରେ ଯାହାଙ୍କୁ ବନ୍ଧୁ ଭାବେ ଗ୍ରହଣ କରିବେ ତାଙ୍କ ସହ ବନ୍ଧୁତା ଦୀର୍ଘ ଦିନ ଧରି ରହିବ। ସରକାରୀ ଚାକିରିଆଙ୍କୁ ଭଲ କାମ ପାଇଁ ପ୍ରୋତ୍ସାହନ ମିଳିବ। ମାଲିମକଦ୍ଦମାରେ ବିଜୟୀ ହେବେ । ସଂଗ୍ରାମୀ ହେବେ ।
ମୀନ – ବନ୍ଧୁ ସହ କଥାବାର୍ତ୍ତା କଲେ ଭଲ ପରାମର୍ଶ ପାଇବେ। ବ୍ୟବସାୟରେ ବାକି ପଡ଼ିଥିବା ଅର୍ଥ ପାଇବେ। ଦାମ୍ପତ୍ୟ ଜୀବନ ସଜାଡ଼ିବା ପାଇଁ ଜୀବନସାଥୀଙ୍କ ସହ କଥା ହେବେ। ଧର୍ମ କାର୍ଯ୍ୟରେ ଧନ ବ୍ୟୟ କରିବାକୁ ପଶ୍ଚାତ୍ପଦ ହେବେନାହିଁ।