ମେଷ ରାଶି -ଆଜି ପାରିବାରିକ ଓ କର୍ମକ୍ଷେତ୍ର ପ୍ରତି ବିଭିନ୍ନ ପ୍ରକାର ସମସ୍ୟାର ସମ୍ମୁଖୀନ ହେବାକୁ ପଡ଼ିବ। ଛୋଟ ଘଟଣା ପ୍ରତି ଗୁରୁତ୍ୱ ଦିଅନ୍ତୁ ନାହିଁ, କାରଣ ଏହି ଦିଗପ୍ରତି ଧ୍ୟାନ ଦେଲେ ନିଜ ଲୋକଙ୍କୁ ସନ୍ଦେହ କରିବେ।ପୂଜାର୍ଚ୍ଚନାରେ ଅଧିକ ସମୟ ଅତିବାହିତ କରିବେ । ଦୂରଯାତ୍ରା କରିବାର ସୁଯୋଗ ରହିଛି । ଆର୍ଥିକ ସ୍ଥିତି ଭଲ ରହିବ ।
ବୃଷ ରାଶି -ମାତା-ପିତାଙ୍କ ସହିତ ସମୟ ବିତାନ୍ତୁ । ବାକି ଦେଇଥିବା ଅର୍ଥ ଫେରିପାଇବେ । ବ୍ୟବସାୟରେ ଲାଭ ପାଇବେ । ରାଜନୀତି କରୁଥିବା ବ୍ୟକ୍ତି ସମ୍ମାନ ପାଇବେ । କର୍ମକ୍ଷେତ୍ରରେ ଗୁପ୍ତ ଶତ୍ରୁ ବୃଦ୍ଧି ପାଇବେ । ଛାତ୍ରଛାତ୍ରୀଙ୍କ ପାଇଁ ଉତ୍ତମ ଦିନଟିଏ ।ଦୂରଯାତ୍ରା ପାଇଁ ପ୍ରସ୍ତୁତି କରି ପାରନ୍ତି ଏବଂ ପରିବହନରେ ସ୍ଥିତି ମାନ୍ଦା ହେବନାହିଁ।
ମିଥୁନ ରାଶି -ବନ୍ଧୁଙ୍କ କାମକୁ ଅଗ୍ରାଧିକାର ଭିତିରେ କରିବାକୁ ଅନୁକୂଳ ବାତାବରଣ ସୃଷ୍ଟି କରିପାରନ୍ତି। ପ୍ରତ୍ୟୁଷ ଯାତ୍ରାରେ ସଫଳତା ପାଇବେ, କିନ୍ତୁ କିଛିଟା ସମସ୍ୟା ଭିତର ଦେଇ ଯିବାକୁ ପଡ଼ିବ। ବାଣିଜ୍ୟ, ବ୍ୟବସାୟରେ ବ୍ୟସ୍ତ ରହିବେ ମାତ୍ର ସୁଫଳଲାଭରୁ ଖୁସି ହେବେ।ସ୍ୱାସ୍ଥ୍ୟଗତ ସମସ୍ୟା ଦେଖାଯିବାରୁ ମନ ଭଲ ରହିବ ନାହିଁ ।
କର୍କଟ ରାଶି -ଆପଣଙ୍କ ପ୍ରତିଷ୍ଠା ବୃଦ୍ଧି ପାଇବ । ଶାରୀରିକ ଓ ମାନସିକ ଶାନ୍ତି ମିଳିବ । ବ୍ୟକ୍ତିଗତ ସମସ୍ୟାର ସମାଧାନ ହେବ । ସାନ ଭାଇଭଉଣୀଙ୍କ ସହିତ ସମନ୍ୱୟ ରହିବ । ଭାବନାକୁ ନିଜ ନିୟନ୍ତ୍ରଣରେ ରଖନ୍ତୁ । ପର ଉପରେ ନିର୍ଭର କରିବା ଦ୍ୱାରା ପୂର୍ଣ୍ଣମାତ୍ରାରେ କାମ ମଧ୍ୟ ହାସଲ ହୋଇପାରିବ ନାହିଁ।
ସିଂହ ରାଶି -ପ୍ରତ୍ୟେକ ଅସଜଡା ପରିସ୍ଥିତି ସ୍ଥିତିକୁ ସଜାଡି ନେବାର ଉପକ୍ରମ କରିବେ। ଆପଣଙ୍କ ଧୈର୍ଯ୍ୟ, ଯୁକ୍ତିଯୁକ୍ତ କଥା ପରିସ୍ଥିତିକୁ ସମ୍ଭାଳିବାରେ ସାହାଯ୍ୟ କରିବ। ନିଜର ବ୍ୟବହାର୍ଯ୍ୟ ଜିନିଷ ପରକୁ ଦେଇ ଅପଦସ୍ଥ ହୋଇପାରନ୍ତି। ସାଙ୍ଗ ସାଥୀ ମାନେହିଁ ଆପଣଙ୍କ ପାଇଁ ପରୋକ୍ଷ କ୍ଷତି ସାଧନରେ ଲିପ୍ତ ରହିପାରନ୍ତି।
କନ୍ୟା ରାଶି -ବ୍ୟବସାୟରେ ଉନ୍ନତି ହେବ । ଆଗକୁ ବଢିବା ପାଇଁ ସୁବର୍ଣ୍ଣ ସୁଯୋଗ ପାଇବେ । କର୍ମକ୍ଷେତ୍ରରେ ଚ୍ୟାଲେଞ୍ଜର ସମ୍ମୁଖୀନ ହେହେ । ମାନସିକ ଶାନ୍ତି ବଜାୟ ରହିବ । ପରିବାର ସଦସ୍ୟଙ୍କ ସହିତ ଖୁସିର ମୁହୂର୍ତ୍ତ ବିତାଇବେ ।
ତୁଳା ରାଶି -ନୀଚ ଜନ ସହ କଳହ ହେତୁ ମାନସିକ ଭାରସାମ୍ୟ ରହି ନ ପାରେ। ଘର ଲୋକଙ୍କ ବ୍ୟସ୍ତ ଓ ବିବ୍ରତକୁ ଲକ୍ଷ୍ୟ କରି ମଧ୍ୟ ମନ ଅଶାନ୍ତ ରହିବ। କର୍ମକ୍ଷେତ୍ରରେ କୌଣସି ବନ୍ଧୁଙ୍କ ପ୍ରତି ଅତିରିକ୍ତ ଆନ୍ତରିକତା ନିଜ ଆଡକୁ ଅଙ୍ଗୁଳି ଦେଖାଇବ। ତର୍କ ବିତର୍କ କାରଣରୁ ଆନୁଷ୍ଠାନିକ କାମ ସକାଶେ ପ୍ରତିଯୋଗିତା ମନୋଭାବ ଉପୁଜିବ।
ବିଛା ରାଶି -ପାରିବାରିକ ଜୀବନ ରେ ଖୁସି ଲାଗିରହିବ । ଆୟ ବୃଦ୍ଧି ହୋଇପାରେ । ସମାଜରେ ପ୍ରତିଷ୍ଠା ଲାଭ କରିବେ । ସ୍ବାସ୍ଥ୍ୟାବସ୍ଥା ଉତ୍ତମ ରହିବ ଏବଂ ବିଦ୍ୟାର୍ଥୀ ନୂତନସ୍ଥାନ ପ୍ରାପ୍ତ କରିବେ । ଦାମ୍ପତ୍ୟ ଜୀବନ ମଧୁର ହେବ ।କୌଣସି ଆନୁଷ୍ଠାନିକ କାମରେ ଯୋଗଦେଇ ପ୍ରଶଂସିତ ହୋଇପାରନ୍ତି।
ଧନୁ ରାଶି -ଆପଣ ଯାହା ବି କରିବେ ସମୟ ପୂର୍ବରୁ ଏହା ସମାପ୍ତ ହେବ । କର୍ମ କ୍ଷେତ୍ର ରେ ଅଭିଜ୍ଞତାରୁ ଲାଭ ମିଳିବ । ଭ୍ରମଣ ଯୋଗ ରହିଛି । ସ୍ବାସ୍ଥ୍ୟାବସ୍ଥା ଉତ୍ତମ ରହିବ । ନିଜକୁ ଶକ୍ତିରେ ପରିପୂର୍ଣ୍ଣ ଅନୁଭବ କରିବେ ।ବନ୍ଧୁଙ୍କ ପରାମର୍ଶରେ ସତ୍ସଙ୍ଗ ସାଙ୍ଗକୁ ଧର୍ମଚର୍ଚ୍ଚା ପ୍ରତି ମନ ବଳିବ
ମକର ରାଶି -ଆଜି କ’ଣ କରିବେ କ’ଣ ନ କରିବେ ହଠାତ୍ କିଛି ଠିକ୍ କରି ପାରିବେ ନାହିଁ। ମନୋରଞ୍ଜନ କାର୍ଯ୍ୟକ୍ରମରେ ନିଜକୁ ନିୟୋଜିତ କରିବାର ଅବସର ମିଳିପାରେ। ପୂର୍ବ ବାକି ପରିଶୋଧ କରିବାରେ ଆବଶ୍ୟକ ଅର୍ଥ ସଂଗ୍ରହ ସକାଶେ ଚିନ୍ତା କରିପାରନ୍ତି। ପାରିବାରିକ କ୍ଷେତ୍ରରେ ଅସ୍ଥିରତା ଲାଗି ରହିବା କାରଣରୁ ମାନସିକ ସ୍ଥିତି ବିପନ୍ନ ହେବ।
କୁମ୍ଭ ରାଶି -ମାନସିକ ବିଭ୍ରାଟ ହେତୁ କାର୍ଯ୍ୟରେ ଧ୍ୟାନ ଦେବାରେ ଅସୁବିଧା ହେବ । ନିଜ ସାଥୀ ଙ୍କୁ ହୃଦୟର ଜିନିଷ ଲୁଚାନ୍ତୁ ନାହିଁ । ଚାକିରି ବୃତ୍ତିରେ ବୟସ୍କମାନଙ୍କ ସହଯୋଗ ମିଳିବ । ବିଦ୍ୟାର୍ଥୀ ଲାଭବାନ ହେବେ । ଆପଣଙ୍କୁ କିଛି କାମ ପାଇଁ ଯାତ୍ରା କରିବାକୁ ପଡିବ ।
ମୀନ ରାଶି -କର୍ମକ୍ଷେତ୍ରରେ ସାଧାରଣ ପରିଶ୍ରମରେ ସମସ୍ୟା ଗୁଡ଼ିକ ଆପଣାଛାଏଁ ସୁଧୁରିଯିବ। ବନ୍ଧୁଙ୍କ ଆଶ୍ରୟ ନେଇ ପାରନ୍ତି, ଯାହାକି ଆପଣଙ୍କ କାମରେ ଆସିବ ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ । ପରିବାର ସଦସ୍ୟଙ୍କ ସହିତ ସର୍ବାଧିକ ସମୟ ବିତାଇବାକୁ ଏକ ସୁଯୋଗ ପାଇବେ ।