ଆଜିର ରାଶିଫଳ 2023 ଅଗଷ୍ଟ 23 ବୁଧବାର ,କେମିତି କଟିବ ଆଜିର ଦିନ

ମେଷ ରାଶି -ସ୍ୱାସ୍ଥ୍ୟକୁ ନେଇ ଚିନ୍ତାରେ ରହିବେ ବ୍ୟବସାୟରେ ଲାଭ ମିଳିବ ।ପାରିବାରିକ ସମସ୍ୟା ଲାଗି ରହିବ ।ପୂଜାର୍ଚ୍ଚନାରେ କରନ୍ତୁ । ଦୂରଯାତ୍ରା କରିବାର ସୁଯୋଗ ରହିଛି । ବ୍ୟବସାୟରେ ଲାଭ ହେବେ ।ପ୍ରତ୍ୟେକ ଦିଗରୁ ବିଭିନ୍ନ ପ୍ରକାରର ନାସ୍ତିସୂଚକ କଥା ଶୁଣି ମାନସିକ ସ୍ଥିତି ଭଲ ରହିବ ନାହିଁ। ସମ୍ପର୍କୀୟ ବନ୍ଧୁମାନଙ୍କ ସାହାଯ୍ୟ ମିଳିଲେ ମଧ୍ୟ କାମ ହାସଲ ସକାଶେ ପାରିବାରିକ ଅସହଯୋଗରୁ ଚିନ୍ତିତ ହେବେ

ବୃଷ ରାଶି -ବାକି ଦେଇଥିବା ଅର୍ଥ ଫେରିପାଇବେ । ବ୍ୟବସାୟରେ ଲାଭ ପାଇବେ । ରାଜନୀତି କରୁଥିବା ବ୍ୟକ୍ତି ସମ୍ମାନ ପାଇବେ । କର୍ମକ୍ଷେତ୍ରରେ ଗୁପ୍ତ ଶତ୍ରୁ ବୃଦ୍ଧି ପାଇବେ । ଛାତ୍ରଛାତ୍ରୀଙ୍କ ପାଇଁ ଉତ୍ତମ ଦିନଟିଏ । କୌଣସି କାରଣରୁ ମନ ଅଶାନ୍ତ ରହିବ ।କଚେରି ମାମଲା କ୍ଷେତ୍ରରେ ଆଶାଜନକ ଫଳ ପାଇବେ।

ମିଥୁନ ରାଶି -ମାନସିକ ଅଶାନ୍ତି ଦେଖାଦେଇ ପାରେ । କଳହ ଠାରୁ ନିଜକୁ ଦୂରେଇ ରଖନ୍ତୁ । ସ୍ୱାସ୍ଥ୍ୟଗତ ସମସ୍ୟା ଦେଖାଯିବାରୁ ମନ ଭଲ ରହିବ ନାହିଁ । ବ୍ୟବସାୟୀ ମାନେ ଲାଭବାନ ହେବେ । ପ୍ରେମରେ ସଫଳତା ମିଳିବ |ସନ୍ତାନଙ୍କ ଗୌରବରେ ଗୌରବାନ୍ବିତ ହୋଇପାରନ୍ତି।

କର୍କଟ ରାଶି -ଛାତ୍ରଛାତ୍ରୀ ମାନେ ପାଠପଢାରେ ଉନ୍ନତି କରିବେ । ଦାମ୍ପତ୍ୟ ଜୀବନ ସୁଖମୟ ହେବ । ବନ୍ଧୁଙ୍କ ସହ ଦେଖା ହୋଇପାରେ । ଆଜି ଛୁଆଙ୍କୁ ନେଇ ଚିନ୍ତାରେ ରହିବେ ମାତା-ପିତା ରହି ପାରନ୍ତି ଋଣ ସୂତ୍ରରେ ଅର୍ଥ ସଂଗ୍ରହ କରି ବାଣିଜ୍ୟରେ ବିନିଯୋଗ କରିପାରନ୍ତି। ସାହିତ୍ୟ, କଳା, ବୈଷୟିକ କ୍ଷେତ୍ରରୁ ପ୍ରଶଂସିତ ହେବେ।

ସିଂହ ରାଶି -କୌଣସି ନୂତନ ଯୋଜନା ଉପରେ କାର୍ଯ୍ୟ କରିବା ପୂର୍ବରୁ ଭଲ ଭାବରେ ବିଚାର କରି ନିଅନ୍ତୁ । ଅଯଥା ସମୟ ନଷ୍ଟ କରନ୍ତୁ ନାହିଁ । କର୍ମକ୍ଷେତ୍ରରେ ସଫଳତା ପାଇବା ସହ ବନ୍ଧୁଙ୍କ ସହଯୋଗ ପାଇବେ । ବ୍ୟବସାୟରେ ଉନ୍ନତି ହେବା ସହ ଆକସ୍ମିକ ଧନ ଲାଭ ହେବାର ସମ୍ଭାବନା ରହିଛି । ଆଜି ଅଜଥା ବିବାଦରେ ପାଦ ଦିଅନ୍ତୁ ନାହିଁ ।

କନ୍ୟା ରାଶି -ଆଜିର ଦିନରେ ପରିବାର ସହିତ ଅଧିକ ସମୟ ବିତାଇବେ । ଚାକିରୀ କ୍ଷେତ୍ରରେ ଉନ୍ନତି ହେବ । ବ୍ୟବସାୟୀ ଲାଭବାନ ହେବେ । କାର୍ଯ୍ୟ ଦୃଷ୍ଟିକୋଣରୁ ଆଜି ଆପଣଙ୍କ କୌଣସି ଶୁଭ ଖବର ମିଳିପାରେ । ବ୍ୟବସାୟୀ ଆଜି ଦୁଇଗୁଣ ଲାଭ ପାଇପାରିବେ । ଯଦି ଆପଣ ସରକାରୀ ଚାକିରୀ ପାଇଁ ଚେଷ୍ଟା କରୁଛନ୍ତି ତେବେ ଖୁବ ଶୀଘ୍ର ସଫଳତା ପାଇପାରନ୍ତି ।

ତୁଳା ରାଶି -ନିଜ ଅଭ୍ୟାସକୁ ପରିବର୍ତ୍ତନ କରନ୍ତୁ । ଆଜି ବ୍ୟବସାୟୀମାନେ ଲାଭରେ ରହିବେ । ନୂତନ ଘର, ସମ୍ପତ୍ତି ଇତ୍ୟାଦି କିଣିବାକୁ ଚିନ୍ତା କରିପାରନ୍ତି । ପାରିବାରିକ ସ୍ଥିତି ସ୍ୱାଭାବିକ ରହିବ । ସ୍ୱାସ୍ଥ୍ୟ ଭଲ ରହିବ । ଦେଇଥିବା ଟଙ୍କା ଫେରି ପାଇବେ । ପୁରୁଣା ବନ୍ଧୁଙ୍କ ସହିତ ମିଳନ ହୋଇପାରେ ।

ବିଛା ରାଶି -ସାମାଜିକ କାର୍ଯ୍ୟରେ ସମ୍ମାନିତ ହେବେ । ପରିବାରରେ ହସଖୁସିରେ ସମୟ ଅତିବାହିତ କରିବେ । ନୂତନ ବ୍ୟବସାୟ ଆରମ୍ଭ କରିବା ପାଇଁ ଯୋଜନା କରିପାରନ୍ତି । ମହିଳା ମାନଙ୍କୁ ସମ୍ମାନ ମିଳିବ । ବୈବାହିକ ଜୀବନ ସୁଖଦ ରହିବ । ଆପଣଙ୍କର କିଛି ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟରେ ବାଧା ଉପୁଜିପାରେ । ଆର୍ଥିକ ସ୍ଥିତି ସ୍ୱାଭାବିକ ରହିବ ।

ଧନୁ ରାଶି -ଆଜି ସତର୍କ ରୁହନ୍ତୁ । ଟଙ୍କା ବିନିଯୋଗରୁ ଦୂରେଇ ରୁହନ୍ତୁ । ବ୍ୟବସାୟୀମାନେ ଆଜି ଲାଭରେ ରହିବେ । ଘରର ପରିବେଶ ଆନନ୍ଦଦାୟକ ରହିବ । ଆଜି ନିଜ ପ୍ରିୟ ଲୋକଙ୍କ ସହିତ ଭଲ ସମୟ ବିତାଇବ । ସ୍ୱାସ୍ଥ୍ୟ ଭଲ ରହିବ । ସ୍ୱାମୀ ସ୍ତ୍ରୀ ମଧ୍ୟରେ ଦାମ୍ପତ୍ୟ ଜୀବନ ସୁଖମୟ ରହିବ । ବିଦ୍ୟାର୍ଥୀମାନେ ପଠାପଢାରେ କୃତିତ୍ୱ ଅର୍ଜନ କରିବେ ।

ମକର ରାଶି -କାମକାର୍ଯ୍ୟରେ ଆପଣ ବହୁତ ଲାଭ ପାଇପାରନ୍ତି । ସ୍ୱାସ୍ଥ୍ୟ ସମସ୍ୟା ଦେଖାଦେବ । ରାଜନୀତି କ୍ଷେତ୍ରରେ ଥିବା ବ୍ୟକ୍ତି ସମାଜ ସେବାରେ ମନ ବଳାଇବେ । ବ୍ୟବସାୟରେ ଲାଭ ମିଳିବାର ସମୟ । ଦୂରଯାତ୍ରା କରିବାର ଯୋଜନା କରିପାରନ୍ତି ।

କୁମ୍ଭ ରାଶି -କର୍ମକ୍ଷେତ୍ରରେ ବାଧାବିଘ୍ନ ଦେଖାଯିବ । ସ୍ୱାସ୍ଥ୍ୟଗତ ସମସ୍ୟା ଦେଖାଯିବ । ଧନଲାଭର ସମ୍ଭାବନା ରହିଛି । ଶିଳ୍ପ, ବାଣିଜ୍ୟ, ବ୍ୟବସାୟ କ୍ଷେତ୍ରରେ ଉନ୍ନତି ହେବ । ଆଜି କିଛି ଦାନ-ପୁଣ୍ୟ କରନ୍ତୁ ମାନସିକ ଶାନ୍ତି ମିଳିବ । ଆପଣ କମ୍ ପରିଶ୍ରମରେ ସଫଳତା ପାଇବେ ।

ଅଟକି ରହିଥିବା କାର୍ଯ୍ୟ ସମାପ୍ତ କରିବାର ସମୟ । ରାଜନୈତିକ କ୍ଷେତ୍ରରେ ସମ୍ମାନିତ ହେବେ । ପାରିବାରିକ ଜୀବନରେ ସୁଖ ଏବଂ ଶାନ୍ତି ରହିବ ।

Leave a Reply

Your email address will not be published. Required fields are marked *