ଆଜିର ରାଶିଫଳ 14 ଡିସେମ୍ବର 2023 ଗୁରୁବାର ,କେମିତି କଟିବ ଆଜିର ଦିନ

ମେଷ ରାଶି -ଆଜି କର୍ମକ୍ଷେତ୍ରରେ କେତେକ ଅପ୍ରୀତିକର ପରିସ୍ଥିତିର ସାମନା କରିବାକୁ ପଡିପାରେ । ଭଲ କହୁଥିବା ଲୋକଟି ପଛରେ ବିଭିନ୍ନ କଥା କହୁଥିବାର ଶୁଣିବାକୁ ପାଇବେ । ସାମାନ୍ୟ ଚେଷ୍ଟା ଦ୍ୱାରା ଯେଉଁଥିପାଇଁ ଚିନ୍ତିତ ରହିଥିଲେ ଆଜି ତାହା ଅପରାହ୍ନରେ ପାଇବେ । ବିଳମ୍ବିତ ସମୟରେ ଲକ୍ଷ୍ୟସ୍ଥଳକୁ ଯିବା ସମ୍ଭବ ହୋଇପାରେ ।

ବୃଷ ରାଶି -ଆଲୋଚନା କ୍ଷେତ୍ରରେ କାର୍ଯ୍ୟବ୍ୟସ୍ତତା ଯୋଗୁ କେତେକ କାମ ଠିକ୍‌ ସମୟରେ କରିପାରିବେ ନାହିଁ । ଆନୁଷ୍ଠାନିକ କାମରେ ଜଣେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟଲାଭ କରିପାରନ୍ତି । ଘରୋଇ କ୍ଷେତ୍ରରେ ଅଭାବ ନ ଥାଇ ମଧ୍ୟ ମନଟା ଭଲ ଲାଗିବ ନାହିଁ ।

ମିଥୁନ ରାଶି -ଆଜି ନିଜ ସଂସ୍ପର୍ଶରେ ଆସୁଥିବା କୌଣସି ବ୍ୟକ୍ତିଙ୍କୁ କଟୁସତ୍ୟ କହି ସମ୍ପର୍କହାନି ଘଟାଇପାରନ୍ତି । କର୍ମାରମ୍ଭ ପାଇଁ ପରିବାରରୁ ପୂର୍ଣ୍ଣ ସହଯୋଗ ପାଇବେ ଓ କାମଟି ମଧ୍ୟ କରିବେ ।ସଂଗଠନ, ସଭାସମିତି ଓ ଆନୁଷ୍ଠାନିକ କ୍ଷେତ୍ରରେ ନୂତନ କାମ ଆରମ୍ଭ କରି ପ୍ରଶଂସିତ ହେବେ

କର୍କଟ ରାଶି -ମାଲିମକଦ୍ଦମାରେ ଜୟଲାଭ କରିବାର ଆଶା କ୍ରମଶଃ ବୃଦ୍ଧି ପାଇପାରେ । ବ୍ୟବସାୟ ଓ ପରିବହନ କ୍ଷେତ୍ରରେ ବିଦ୍ରୋହ ଓ ଅଶାନ୍ତି ବଢ଼ିବ । କ୍ରୀଡ଼ା, ସଙ୍ଗୀତ ଓ ଚଳଚ୍ଚିତ୍ର ତଥା ପ୍ରତିଯୋଗିତାରେ ସଫଳତା ଅର୍ଜନ କରିବେ ।

ସିଂହ ରାଶି -ବିଭିନ୍ନ ଯୋଜନା କରିବେ ସିନା କାର୍ଯ୍ୟତଃ ପାଦେ ମାତ୍ର ଆଗକୁ ଯାଇ ପାରିବେ ନାହିଁ । ଏଣେ ଋଣ ଭାରରେ ଅତିଷ୍ଠ ହେବେ, କିନ୍ତୁ ପରିଶୋଧ ରାସ୍ତା ଖୋଜି ପାଇ ପାରିବେ ନାହିଁ ।ବନ୍ଧୁଙ୍କ କଥାରେ ପ୍ରଭାବିତ ହୋଇ କୌଣସି କାମ କରିପାରନ୍ତି ମାତ୍ର ଫଳ ପାଇବେ ଓଲଟା। କ୍ରୀଡ଼ା, କଳା, ସାହିତ୍ୟ ଓ ସଙ୍ଗୀତ କ୍ଷେତ୍ରରେ ସୁନାମ ଅର୍ଜନ କରିବେ ।

କନ୍ୟା ରାଶି -ଆଜି ଶତ୍ରୁତା କରୁଥିବା ଲୋକଟି ମନକୁ ବାଧିଲା ଭଳି କଥା କହିପାରେ ।ବ୍ୟବସାୟ କ୍ଷେତ୍ରରେ ଅଧିକ କିଛି ଆଶା ମନରେ ଦୁଃଖ ଦେଇପାରେ ଓ କଳହର ସମ୍ଭାବନା ରହିଛି । କୌଣସି ବ୍ୟକ୍ତି ଦ୍ୱାରା ପ୍ରଭାବିତ ହୋଇ ଅସମ୍ମାନିତ ହୋଇପାରନ୍ତି । ଅତିପ୍ରିୟ ବନ୍ଧୁଙ୍କଠାରୁ ଗୁରୁତ୍ୱପୂର୍ଣ୍ଣ ଖବରଟିଏ ପାଇ ଖୁସି ଅନୁଭବ କରିବେ ।

ତୁଳା ରାଶି -ବିଭିନ୍ନ ପ୍ରକାରର ଚିନ୍ତା ଓ କଳ୍ପନା କରି କେବଳ ଭାବି ଭାବି ସମୟ କଟାଇବେ । ଶତ୍ରୁଠାରୁ ଦୂରତା ରଖି କାମ କରିବା ଭଲ ହେବ, ନତୁବା ହଇରାଣ ହେବାକୁ ପଡିପାରେ । ନିଜର କାମଗୁଡିକୁ ସମ୍ପନ୍ନ କରିବାରେ ବ୍ୟସ୍ତତା ବଢିଯାଇପାରେ । ସହକର୍ମୀଙ୍କ ସହ ବିବାଦ ବୃଦ୍ଧି ହେବ ମାତ୍ର ଆପଣଙ୍କୁ ଅନ୍ୟମାନେ ସାହାଯ୍ୟ କରିବେ ।

ବିଛା ରାଶି -ଯାହା ଦୀର୍ଘଦିନ ହେଲା ହୋଇ ପାରି ନ ଥିଲା ଆଜି ଜଣେ ବନ୍ଧୁଙ୍କ ସାହାଯ୍ୟରୁ ତାହା ହୋଇଯିବ ।ପରିବହନ, ଶିଳ୍ପ ଓ ବ୍ୟବସାୟରେ ପ୍ରତିବନ୍ଧକ ଦୂରେଇବା ପାଇଁ ପ୍ରଯତ୍ନକରି ସଫଳ ହେବେ । ସହକର୍ମୀଙ୍କ ତରଫରୁ ସମସ୍ୟା ଆସିପାରେ ।ଘରୋଇ ବ୍ୟାପାରରେ ପଡ଼ୋଶୀଙ୍କ ମିଥ୍ୟା ଗୁଜବ ମାନସିକ ସ୍ଥିତିକୁ ଦୋହଲାଇ ଦେବ ।

ଧନୁ ରାଶି -କୌଣସି ପରିଚିତ ବ୍ୟକ୍ତିଙ୍କ କାର୍ଯ୍ୟକଳାପ କର୍ମ କ୍ଷେତ୍ରକୁ ବିଶୃଙ୍ଖଳିତ କରିପାରେ । ପିଲାଙ୍କ ଶିକ୍ଷା ଓ ଅନ୍ୟାନ୍ୟ କୃତିତ୍ୱର ସଫଳତାରେ ଆନନ୍ଦ ଅନୁଭବ କରିବେ । ଯାତ୍ରା ସମୟରେ ଯାନ୍ତ୍ରିକ ତ୍ରୁଟି ଅସୁବିଧାରେ ପକାଇପାରେ। ଆପଣଙ୍କ ଉଦ୍ଦେଶ୍ୟରେ ବନ୍ଧୁଙ୍କ ଟୁପ୍‌ଟାପ୍‌ କଥା ମନରେ ଛନକା ସୃଷ୍ଟିକରିବ ।

ମକର ରାଶି -ଆଜି ସକାଳୁ କୌଣସି ବ୍ୟକ୍ତିଠାରୁ କିଛି ଖବର ପାଇ ବିଚଳିତବୋଧ କରିବେ । କର୍ମକ୍ଷେତ୍ରରେ ଉପରିସ୍ଥ ଅଧିକାରୀମାନେ କାମହାସଲ ସକାଶେ ଆପଣଙ୍କ ସହଯୋଗ ଲୋଡ଼ିପାରନ୍ତି । ଶତ୍ରୁମାନେ ଚେଷ୍ଟା କରି ବିଭିନ୍ନ ଝମେଲା ସୃଷ୍ଟି କରିପାରନ୍ତି

କୁମ୍ଭ ରାଶି -ସମସ୍ୟା ସମାଧାନ ସକାଶେ ବନ୍ଧୁଙ୍କ ସାହାଯ୍ୟ ଭିକ୍ଷା କରିପାରନ୍ତି ।ସାହିତ୍ୟ, ସାମ୍ବାଦିକତା, କଳା, କ୍ରୀଡା, ସଙ୍ଗୀତ ଓ ଚଳଚ୍ଚିତ୍ର ତଥା ରାଜନୀତି କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ । ଦେହ ଭଲ ରହିଲେ ମଧ୍ୟ ସାମୟିକ କ୍ରନିକ ରୋଗରେ କଷ୍ଟ ପାଇପାରନ୍ତି । ପାରିବାରିକ ଅଶାନ୍ତି ଲାଗିରହିବା କାରଣରୁ ମନ ଅସ୍ଥିର ରହିବ ।

ମୀନ ରାଶି -କର୍ମ କ୍ଷେତ୍ରରେ ଉଚ୍ଚ ଅଫିସରଙ୍କ ସହ ସମ୍ପର୍କ ହାନି ଚିନ୍ତାର କାରଣ ହେବ ।ପରିବାରରେ ପିଲାମାନଙ୍କ ସ୍ବାସ୍ଥ୍ୟହାନି କାରଣରୁ ମନ ଅସ୍ଥିର ରହିବ । ଆପଣ ଯେତେଟା ପରିସ୍ଥିତିକୁ ଜଟିଳ ମନେକରୁଛନ୍ତି ବାସ୍ତବରେ ସେପରି କିଛି ହେବନି । ପରିସ୍ଥିତି ବଶତଃ ଧାର, କରଜ କରି ଆବଶ୍ୟକତାକୁ ଚଳାଇ ନେବାକୁ ବାଧ୍ୟ ହେବେ ।

Leave a Reply

Your email address will not be published. Required fields are marked *